କେନ୍ଦ୍ରମନ୍ତ୍ରୀଙ୍କ ନାଁରେ ଏତଲା

ବାଲେଶ୍ୱର, (ବଡ଼ ଖବର ବ୍ୟୁରୋ): କେନ୍ଦ୍ରମନ୍ତ୍ରୀଙ୍କ ନାଁରେ ଏତାଲା। ନିର୍ବାଚନ ଆଚରଣବିଧି ଉଲ୍ଲଂଘନ ଅଭିଯୋଗରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ନାଁରେ ଥାନାରେ ହୋଇଛି ଏତଲା। ଗତ ୩ ତାରିଖ ବାଲେଶ୍ୱର ଉପନିର୍ବାଚନ ଦିନ ଭୋଟରଙ୍କ ପାଖକୁ ଯାଇ କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ନିର୍ବାଚନ ଆଚରଣବିଧି ଉଲ୍ଲଂଘନ କରିବା ସହ ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ ଆଣି ତାଙ୍କ ନାମରେ ଏତଲା ଦାୟର ହୋଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ସଦର ବ୍ଲକ ଓଡ଼ଙ୍ଗି ପଞ୍ଚାୟତର ବୁଥ ନଂ ୬୮ ଓ ୬୮ (ଏ)ରେ ଭୋଟ ଚାଲିଥିବା ବେଳେ ମନ୍ତ୍ରୀ ଷଡ଼ଙ୍ଗୀ ଉକ୍ତ ପଞ୍ଚାୟତରେ ପହଞ୍ଚି ଲୋକଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରିଥିବା ଏତଲାରେ ଦର୍ଶାଯାଇଛି। ଏନେଇ ସଦର ଥାନାରେ ଓଡ଼ଙ୍ଗି ପଞ୍ଚାୟତର ପାର୍ଥସାରଥି ଦାସ ନାମକ ଜଣେ ଯୁବକ ଅଭିଯୋଗ କରିଥିବା ବାଲେଶ୍ୱର ବିଜେଡି କର୍ମମର୍ତ୍ତାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏନେଇ ମନ୍ତ୍ରୀ ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ