Masthead

ଆଜି ଅଗ୍ନି-୧ କ୍ଷେପଣାସ୍ତ୍ରର ପରୀକ୍ଷଣ

(ବଡ଼ ଖବର ବ୍ୟୁରୋ): ସୋମବାର ଅଗ୍ନି ୧ କ୍ଷେପଣାସ୍ତ୍ରର ହେବ ପରୀକ୍ଷଣ । ଭଦ୍ରକ ଚାନ୍ଦବାଲି, ଅବଦୁଲ କଲାମ ଦ୍ୱୀପରୁ ଭାରତୀୟ ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା ପକ୍ଷରୁ ଅଗ୍ନି-୧ କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯିବ । ଭୂପୃଷ୍ଠରୁ ଭୂପୃଷ୍ଠ ନିକ୍ଷେପ କରାଯାଇପାରୁଥିବା ଏହି ଆଣବିକ ଶକ୍ତି ସମ୍ପନ୍ନ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ରହିଛି ୭୫୦ ରୁ ୧୦୦୦ କିଲୋମିଟର। ସ୍ବଦେଶୀ ଜ୍ଞାନ କୌଶଳରେ ଏହି କ୍ଷେପଣାସ୍ତ୍ରର ବିକାଶ କରାଯାଇଛି ।

ଏହା ପୂର୍ବରୁ ଭାରତୀୟ ସେନାର ଷ୍ଟ୍ରାଟେଜିକ୍‌ କମାଣ୍ଡ ଫୋର୍ସ ଏକାଧିକ ଥର ଏହାର ସଫଳ ବ୍ୟାବହାରିକ ପରୀକ୍ଷଣ କରିଛି। ଅଗ୍ନି-୧ ଲକ୍ଷ୍ୟଭେଦ କ୍ଷମତା ଭିତରେ ପାକିସ୍ତାନ ଓ ଚୀନର ଅଧିକାଂଶ ସହର ଆସୁଛି। ଏହି କ୍ଷୀପ୍ର ଦୂରଗାମୀ କ୍ଷେପଣାସ୍ତ୍ରର ପରୀକ୍ଷଣ ପାଇଁ ପ୍ରତିରକ୍ଷା ବିଭାଗ ସର୍ବାଧିକ ସତର୍କତା ଅବଲମ୍ବନ କରିବା ସହ ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ଦୁଇଦିନ ସମୁଦ୍ର ଭିତରକୁ ନଯିବା ଲାଗି ସତର୍କ ସୂଚନା ଦେଇଛି। ଅବଦୁଲ କଲାମ୍‌ ଦ୍ବୀପ ସମେତ ସମୁଦ୍ରରେ ତଟରକ୍ଷୀ ବାହିନୀ ପକ୍ଷରୁ କଡ଼ା ପହରା ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଡ଼ବିଲରେ ବୁିଲିଲା ବୁଲଡୋଜର 🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ବଡ଼ବିଲରେ ବୁିଲିଲା ବୁଲଡୋଜର 🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ