ପୁଣି ୧ନଂ ହାଟରେ ନିଆଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଭୁବନେଶରର ୧ନଂ ହାଟରେ ଅଗ୍ନିକାଣ୍ଡ । ସର୍ଟ ସର୍କିଟରୁ ନିଆଁ ଲଗିଥିବା ସୂଚନା । ଆଜି ସକାଳୁ ହାଟ ଭିତରେ ଥିବା ଏକ ଖଲି ଦୋକାନରେ ହଠାତ୍ ନିଆଁ ଲାଗିଥିଲା। ଦେଖୁ ଦେଖୁ ନିଆଁ ନିକଟସ୍ଥ ଅନ୍ୟ ଏକ ଦୋକାନକୁ ବ୍ୟାପି ଯାଇଥିଲା। ଅଗ୍ନିକାଣ୍ଡରେ ଦୁଇଟି ଦୋକାନ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଦୋକାନ ଭିତରେ ଥିବା ସାମଗ୍ରୀ ମଧ୍ୟ ନିଆଁରେ ପୋଡ଼ି ନଷ୍ଟ ହୋଇଥିବା ଜଣାପଡ଼ିଛି।

ତେବେ ଅଗ୍ନିକାଣ୍ଡରେ କ୍ଷୟକ୍ଷତି ଆକଳନ ସମ୍ପର୍କରେ ସୂଚନା ମିଳିନାହିଁ। ବିଦ୍ୟୁତ୍ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ପ୍ରାଥମିକ ଭାବେ ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ନିଆଁ କିପରି ଲାଗିଲା ତାହାର ଯାଞ୍ଚ ଚାଲିଛି। ୧ ନମ୍ବର ହାଟରେ ବାରମ୍ବାର ଅଗ୍ନିକାଣ୍ଡ ଘଟୁଥିବାରୁ ବ୍ୟବସାୟୀମାନଙ୍କ ମଧ୍ୟରେ ଭୟର ମାହୋଲ ସୃଷ୍ଟି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ