Masthead

ପେପର ମିଲରେ ଅଗ୍ନିକାଣ୍ଡ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ଚୋରମରା ସ୍ଥିତ ମହାବୀର ପେପର ମିଲ୍ସରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି । ସୂଚନା ଅନୁସାରେ ଆଜି ସକାଳ ୮ ଟା ସମୟରେ ଫ୍ୟାକ୍ଟ୍ରି ଆରମ୍ଭ କରିବା ସମୟରେ ବିଜୁଳି ସମାଗ୍ରୀରେ ସର୍ଟ ସର୍କିଟ ହୋଇ ନିଆଁ ଲାଗିଥିଲା । ନିଆଁ ପାଖରେ ଥିବା ବ୍ଲିଚିଙ୍ଗ ପାଉଡର ଉପରେ ପଡିବାରୁ ନିଆଁ ବ୍ୟାପକ ରୂପ ନେଇଥିଲା ।

ହେଲେ ନିଆଁ ଭୟଙ୍କର ରୂପ ନେବାରୁ ଫ୍ୟାକ୍ଟ୍ରିରେ ଥିବା କେମିକାଲ ଓ ଅନ୍ୟନ୍ୟ ସମାଗ୍ରୀ ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଛି । ଖବର ପାଇ ଟିଟିଲାଗଡ଼ ଅଗ୍ନିଶମ ବିଭାଗ ପହଂଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଅଗ୍ନିକାଣ୍ଡରେ ପ୍ରାୟ ୧୫ ଲକ୍ଷ୍ୟରୁ ଅଧିକ ମୂଲ୍ୟର ସମାଗ୍ରୀ ପୋଡି ନଷ୍ଟ ହୋଇଯାଇଥିବା ବେଳେ ସମସ୍ତ ଶ୍ରମିକ ଓ ଜନ ଜୀବନ ଉପରେ ପ୍ରଭାବ ପଡି ନଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ