Masthead

ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ

କଟକ (ବଡ଼ ଖବର ବ୍ୟୁରୋ):  ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ। ୧୦ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା । ଅନ୍ୟ ଗୁରୁତରମାନଙ୍କୁ ଆଉ ଏକ ICUକୁ ସ୍ଥାନାନ୍ତର ।  ICUରେ ନିଆଁ କେମିତି ଲାଗିଲା ଅସ୍ପଷ୍ଟ ।  ରାଜ୍ୟର ସବୁଠୁ ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡ । ଯେଉଁଠି ନିଆଁରେ ପୋଡ଼ି ଯାଇ ଚାଲିଯାଇଛି ୧୦ ନୀରିହ ଜୀବନ ।  ଅନେକ ଲୋକ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଏସସିବି ମେଡିକାଲରୁ ଉଦ୍ଧାର କରି ନିକଟରେ ଥିବା ବିଭିନ୍ନ ମେଡିକାଲକୁ ଚିକିତ୍ସା ନିମନ୍ତେ ପଠାଯାଇଛି । ରବିବାର ବିଳମ୍ବିତ ରାତିରେ ରାଜ୍ୟର ସବୁଠୁ ବଡ଼ ମେଡିକାଲ ଏସସିବିରେ ଲାଗିଥିଲା ନିଆଁ । ଏସ୍‌ସିବିର ଟ୍ରମା କେୟାର ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଦେଖୁ ଦେଖୁ ନିଆଁ ବ୍ୟାପିବାରେ ଲାଗିଥିଲା । ଯାହାପରେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା ।

ଅଗ୍ନିଶମ ବାହିନୀର ଟିମ୍‌ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଆରମ୍ଭ କରିଥିଲେ  । ଦୀର୍ଘ ସମୟର ପରିଶ୍ରମ ପରେ କିଛି ଲୋକଙ୍କୁ ଭୟାବହ ଅଗ୍ନିକାଣ୍ଡ ଭିତରୁ କିଛି ଲୋକଙ୍କୁ ଉଦ୍ଧାର କରିଥିଲେ । ହେଲେ ସେତବେଳେକୁ ହୋଇସାରିଥିଲା ବହୁ ବିଳମ୍ବ । ଏହି ଅଗ୍ନିକାଣ୍ଡରେ ୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଥିବା ବେଳେ ଅନେକ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲକୁ ପଠାଇଯାଇଛି । ଯେପରି କ୍ୟାପିଟାଲ ହସ୍ପିଟାଲ ଆଦି । ତେବେ ବର୍ତ୍ତମାନ ସୁଦ୍ଧା ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇନଥିବା ବେଳେ ବିଦ୍ୟୁତ ସର୍ଟ ସର୍ଟିକରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଅନ୍ୟପଟେ ଏସ୍‌ସିବିରେ ନିଆଁ ଲାଗିବା ଘଟଣା ଜାଣିବା ପରେ ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଘଟଣାସ୍ଥଳରେ ପହଞ୍ଚିଥିଲେ । ପୁରା ସ୍ଥିତିର ତଦାରଖ କରିବା ସହ ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାସହିତ ମୃତାହତଙ୍କ କ୍ଷତିପୂରଣ ଘୋଷଣା ମଧ୍ୟ କରିଛନ୍ତି । ଆହତଙ୍କ ଲାଗି ଉନ୍ନତ ଚିକିତ୍ସା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ମୃତକଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି । ମୃତକଙ୍କ ଲାଗି ୨୫ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା