Masthead

ରେଳ ଷ୍ଟେସନରେ ଅଗ୍ନିକାଣ୍ଡ

ସୋର(ବଡ଼ ଖବର ବ୍ୟୁରୋ): ବାଲେଶ୍ବର ଜିଲ୍ଲା ସୋର ରେଳ ଷ୍ଟେସନରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ । ଷ୍ଟେସନ ପରିସରରେ ଥିବା ଟିକେଟ୍ କାଉଣ୍ଟର ଓ ରିଜର୍ଭସନ କାଉଣ୍ଟରକୁ ଲାଗି ରହିଥିବା ବିଦ୍ୟୁତ୍ କଣ୍ଟ୍ରୋଲ ରୁମରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ତେବେ ରେଳ କର୍ମଚାରୀ ଟିକେଟ୍ କାଉଣ୍ଟରରେ ଶୋଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି । ଷ୍ଟେସନ ପୁରା ଧୂଆଁମୟ ହୋଇଯାଇଥିଲା ।

ଖବର ପାଇ ସୋର ଦମକଳ ବାହିନୀର ଦୁଇଟି ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଦମକଳ ବାହିନୀର ଅଧିକାରୀ, ଷ୍ଟେସନ ପରିସରର ଥିବା ୩ଟି ନିଆଁ ଲିଭା ଯନ୍ତ୍ରର ପରୀକ୍ଷଣ କରି ୩ ମାସରୁ ଉର୍ଦ୍ଧ୍ବ ହୋଇଯାଇଥିବା ଜାଣିବାକୁ ପାଇଥିଲେ । ସୋର ରେଳ ଷ୍ଟେସନ୍ ପରି ଏକ ଗୁରୁତ୍ବପୁର୍ଣ୍ଣ ସ୍ଥାନରେ ରେଳ ବିଭାଗର ଏଭଳି ଖାମଖିଆଲକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨