Masthead

ରାଜଧାନୀ ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ ଜୀବନ୍ତ ଜଳିଗଲେ ୧୧ ଶ୍ରମିକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜଧାନୀ ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ ଜୀବନ୍ତ ଜଳିଗଲେ ୧୧ ଜଣ । ଦିଲ୍ଲୀର ଅଲିପୁର ଦୟାଲ ରେ ଗୁରୁବାର ସନ୍ଧ୍ୟାରେ କେମିକାଲ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ମାର୍କେଟରେ ଅଗ୍ନିକାଣ୍ଡ ଘଟି ୧୧ ଜଣଙ୍କ ମୃତ୍ୟୁ ଘଟିଛି। ନିଆଁର ପ୍ରକୋପ ଏତେ ଥିଲା ଯେ ୨୨ଟି ଦମକଳ ବାହିନୀ ଆସିବା ପରେ ନିଆଁ କାବୁ ହୋଇଛି। ମୃତକମାନେ ଫ୍ୟାକ୍ଟ୍ରିର କର୍ମଚାରୀ ବୋଲି ସୂଚନା ମିଳିଛି ।

ଅଲ୍ଲୀପୁର ଏକ ଜନବହୁଳ ଅଞ୍ଚଳ ହୋଇଥିବା ବେଳେ ଏହି ରଙ୍ଗ ତିଆରି କାରଖାନାରେ ବହୁ ସଂଖ୍ୟକ ଶ୍ରମିକ କାମ କରୁଥିଲେ । ତେବେ ଅଗ୍ନିକାଣ୍ଡରେ କୋଟି କୋଟି ଟଙ୍କାର ସମ୍ପତି ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡରେ ଆଉ କିଛି ଲୋକେ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନଥିବା ବେଳେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ