ରାଜଧାନୀ ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ ଜୀବନ୍ତ ଜଳିଗଲେ ୧୧ ଶ୍ରମିକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜଧାନୀ ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ ଜୀବନ୍ତ ଜଳିଗଲେ ୧୧ ଜଣ । ଦିଲ୍ଲୀର ଅଲିପୁର ଦୟାଲ ରେ ଗୁରୁବାର ସନ୍ଧ୍ୟାରେ କେମିକାଲ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ମାର୍କେଟରେ ଅଗ୍ନିକାଣ୍ଡ ଘଟି ୧୧ ଜଣଙ୍କ ମୃତ୍ୟୁ ଘଟିଛି। ନିଆଁର ପ୍ରକୋପ ଏତେ ଥିଲା ଯେ ୨୨ଟି ଦମକଳ ବାହିନୀ ଆସିବା ପରେ ନିଆଁ କାବୁ ହୋଇଛି। ମୃତକମାନେ ଫ୍ୟାକ୍ଟ୍ରିର କର୍ମଚାରୀ ବୋଲି ସୂଚନା ମିଳିଛି ।

ଅଲ୍ଲୀପୁର ଏକ ଜନବହୁଳ ଅଞ୍ଚଳ ହୋଇଥିବା ବେଳେ ଏହି ରଙ୍ଗ ତିଆରି କାରଖାନାରେ ବହୁ ସଂଖ୍ୟକ ଶ୍ରମିକ କାମ କରୁଥିଲେ । ତେବେ ଅଗ୍ନିକାଣ୍ଡରେ କୋଟି କୋଟି ଟଙ୍କାର ସମ୍ପତି ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡରେ ଆଉ କିଛି ଲୋକେ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନଥିବା ବେଳେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ