ଭବାନୀପାଟଣା ସହିଦ ରେଣ୍ଡୋ ମାଝୀ ସରକାରୀ ମେଡିକାଲ କଲେଜରେ ଅଗ୍ନିକାଣ୍ଡ

 

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଭବାନୀପାଟଣା ସହିଦ ରେଣ୍ଡୋ ମାଝୀ ସରକାରୀ ମେଡିକାଲ କଲେଜରେ ନିଆଁ। ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି। ନିଆଁରେ ଡାକ୍ତରଖାନାର ଆସବାବପତ୍ର ସବୁ ପୋଡ଼ି ନଷ୍ଟ ହୋଇ ଯାଇଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ଗତକାଲି ବିଳମ୍ବିତ ରାତିରେ ଏମସିଏଚ କୋଠାର ଚତୁର୍ଥ ମହଲାରେ ହଠାତ୍ ନିଆଁ ଲାଗିଯାଇଥିଲା ଧୁଆଁ ଦେଖି ରୋଗୀ ଚିତ୍କାର କରିଥିଲେ। ତୁରନ୍ତ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା। ଖବର ପାଇ ଭବାନୀପାଟଣା ଟାଉନ ଥାନା ପୁଲିସ୍ ଓ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ