Masthead

ଜନଶତାବ୍ଦୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ବଗିରେ ଲାଗିଲା ନିଆଁ

କଟକ (ବଡ଼ ଖବର ବ୍ୟୁରୋ): ଜନଶତାବ୍ଦୀରେ ଏକ୍ସପ୍ରେସରେ ଅଗ୍ନିକାଣ୍ଡ । ଭୁବନେଶ୍ୱରରୁ ହାୱଡା ଯାଇଥିବା ଜନଶତାବ୍ଦୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ । କଟକ ଷ୍ଟେସନରେ ଗୋଟିଏ ବଗି ତଳେ ନିଆଁ ଲାଗିଥିବା ସୂଚନା । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ, ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଆୟତ୍ତ କରାଯାଇଛି । ଯାତ୍ରୀଙ୍କ କହିବା ଅନୁସାରେ ହଠାତ୍‌ ଟ୍ରେନ୍‌ର ବ୍ରେକ୍‌ ଜାମ୍ ହୋଇ ଯାଇଥିଲା ।

ଆଉ ସେଥିରୁ ହିଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ନିଆଁ ଲାଗିବା ପରେ ଯାତ୍ରୀମାନେ ଭୟଭୀତ ହୋଇ ତୁରନ୍ତ ଟ୍ରେନ୍‌ରୁ ଓହ୍ଲାଇ ପଡ଼ିଥିଲେ । ତେବେ ରେଳ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଚେଷ୍ଟା କରିଥିଲେ । ଅଗ୍ନିଶମ ବାହିନୀ ମଧ୍ୟ ପହଞ୍ଚି ନିଆଁକୁ ଆୟତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ