Masthead

ପରିବା ମାର୍କେଟରେ ଲାଗିଲା ନିଆଁ

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପ ପରିବା ମାର୍କେଟରେ ଲାଗିଲା ନିଆଁ । ନିଆଁ ଲାଗି ୬ରୁ ଅଧିକ ଦୋକାନ ସଂପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ଖବର ପାଇ ପାରାଦୀପ ସିଆଇଏସଏଫ୍ ଅଗ୍ନିଶମ ବିଭାଗ ଓ କୁଜଙ୍ଗ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଛନ୍ତି । ଗତକାଲି ବିଳମ୍ବିତ ରାତ୍ରି ପାଖାପାଖି ୩ ଟା ସୁଦ୍ଧା ଏହି ଘଟଣା ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ପନିପରିବା ସହିତ ଅନ୍ୟାନ୍ୟ ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି।

ପାରାଦୀପ ବନ୍ଦର ତରଫରୁ ପରିବା ଦୋକାନ ପାଇଁ ଅସ୍ଥାୟୀ ପିଣ୍ଡି ଯୋଗାଇ ଦିଆ ଯାଇଥିବା ବେଳେ ପ୍ରତ୍ୟେକ ବ୍ୟବସାୟୀ ପଲିଥିନ ଓ ପାଲ ବାନ୍ଧି ପରିବା ବ୍ୟବସାୟ କରିଥାନ୍ତି। ତେବେ ଗତକାଲି କୌଣସି କାରଣରୁ ପଲିଥିନ ପାଲରେ ନିଆଁ ଲାଗି ୬ରୁ ଉର୍ଦ୍ଧ୍ବ ଦୋକାନ ପୋଡ଼ି ପାଉଁଶ ହୋଇଯାଇଛି। ତେବେ ଅସ୍ଥାୟୀ ପରିବା ଦୋକାନ ପିଣ୍ଡି ରେ କୌଣସି ବିଦ୍ୟୁତ ସଂଯୋଗ ନଥିବା ବେଳେ କେଉଁ କାରଣରୁ ନିଆଁ ଲାଗଛି ତାହା ସ୍ପଷ୍ଟ ହୋଇ ପାରିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା