Masthead

ରାଜଧାନୀରେ ଅଘଟଣ, ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ସକାଳୁ ସକାଳୁ ଲାଗିଛି ନିଆଁ । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଏଥିରେ କେହି ଆହତ ହୋଇ ନ ଥିବା ଜଣାଯାଇଛି। ଅଷ୍ଟମ ମହଲାରେ ନିଆଁ ଲାଗିଥିବା ବେଳେ ଅଗ୍ନିଶମ ବିଭାଗର ଦୁଇଟି ଟିମ୍ ପହଁଚି ଏହାକୁ ଲିଭାଇଛନ୍ତି । ପ୍ରାୟ ଅଧ ଘଂଟାର ଅପରେସନ ପରେ ନିଆଁକୁ ସମ୍ପୂର୍ଣ୍ଣ ଭାବେ ଆୟତ କରାଯାଇଛି ।

ଏହି ଆପାର୍ଟମେଂଟରେ ରହୁଥିବା ବ୍ୟକ୍ତି ଘର ବନ୍ଦ କରି ବାହାରକୁ ଯାଇଥିବା ସମୟରେ ନିଆଁ ଲାଗିଥିଲା । ପରେ ଏହା ଅଷ୍ଟମ ମହଲାରେ ବ୍ୟାପିଥିଲା । ନିଆଁ ଲାଗିବାର ପ୍ରକୃତ କାରଣ ସ୍ପଷ୍ଟ ହୋଇ ନଥିବା ବେଳେ ଇନଭଟରରୁ ସଟ୍ ସର୍କିଟ ହୋଇ ଅଗ୍ନିକାଂଡ ଘଟିଥିବା ସନ୍ଦେହ କରାଯାଉଛି । ପଟିଆ ଛକ ନିକଟରେ ଥିବା କେ.କେ ପ୍ଲାଜା ନାମକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଥିବା ୫୦୮ ନଂ ଫ୍ଲାଟରୁ ସକାଳୁ ସକାଳୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା।

କିଛି ସମୟ ପରେ ଏହା ଚାରିଆଡ଼େ ବ୍ୟାପିବାକୁ ଲାଗିଲା। ଉକ୍ତ ଫ୍ଲାଟଟି ଦୀର୍ଘ ଦିନ ହେଲା ତାଲା ପଡ଼ିଥିବାରୁ ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଲାଗିଥିବା ଅନୁମାନ କରାଯାଉଛି। ଏଥିସହ ତୁରନ୍ତ ଆପାର୍ଟମେଣ୍ଟର ଅନ୍ତେବାସୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଛି। ଚାରିଆଡ଼େ ଧୂଆଁ ଖେଳି ଯାଇଥିବାରୁ କିଛି ଲୋକ ଅଣନିଶ୍ୱାସୀ ହୋଇ ପଡ଼ିଥିବା ଅଭିଯୋଗ କରିଛନ୍ତି। ତେବେ କେହି ମେଡିକାଲରେ ଭର୍ତ୍ତି ହୋଇ ନ ଥିବା ଜଣାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ