ମଦୁରାଇ ଟ୍ରେନ ଦୁର୍ଘଟଣା, ବଢିବାରେ ଲାଗିଛି ଆହତଙ୍କ ସଂଖ୍ୟା

ତେଲେଙ୍ଗାନା (ବଡ଼ ଖବର ବ୍ୟୁରୋ): ମଦୁରାଇ ଟ୍ରେନ ଦୁର୍ଘଟଣା । ବଢିବାରେ ଲାଗିଛି ଆହତଙ୍କ ସଂଖ୍ୟା । ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆହତଙ୍କ ସଂଖ୍ୟା ୫୦କୁ ବୃଦ୍ଧି ପାଇଛି । ମଦୁରାଇ ଦୁର୍ଘଟଣା ସମ୍ପର୍କରେ ଉତ୍ତର ପ୍ରଦେଶ ସରକାର ଟୋଲ ଫ୍ରି ନମ୍ବର ଜାରି କରିଛନ୍ତି। ନମ୍ବରଟି ହେଲା ୧୦୭୦। ଏ ନେଇ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମଦୁରାଇ ଟ୍ରେନ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ ଓ ହୃଦୟ ବିଦାରକ ବୋଲି କହିବା ସହ ଯୋଗୀ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

ଏଥିସହିତ ଦୁର୍ଘଟଣାରେ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସେ ଆହତମାନଙ୍କ ଶୀଘ୍ର ସୁସ୍ଥ ହେବା ପାଇଁ କାମନା କରିଛନ୍ତି । ମୁଖ୍ୟ ଶାସନ ସଚିବ ଗୃହ ବିଭାଗଙ୍କୁ ଏହି ଦୁର୍ଘଟଣାର ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ, ୟୁପି ଲୋକଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ସ୍ଥାନୀୟ ଅଧିକାରୀ ତଥା ରେଳ ଅଧିକାରୀଙ୍କ ସହ ସମନ୍ବୟ ରକ୍ଷା କରିବାକୁ ଯୋଗୀ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ