ଗ୍ୟାସ୍ ଲିକ ହୋଇ ଅଗ୍ନିକାଣ୍ଡ, ୪ଗୁରୁତର

ରାଉରକେଲା (ବଡ଼ ଖବର ବ୍ୟୁରୋ): ଗ୍ୟାସ ଲିକ୍ ହୋଇ ଭୟଙ୍କର ଅଗ୍ନିକାଣ୍ଡ । ୪ ଗୁରୁତର । ରାଉରକେଲା ସହରର ରେଲୱେ କଲୋନୀର ଛୋଟା ପାର୍କ ନିକଟରେ ଘଟିଛି ଅଭାବନୀୟ ଘଟଣା । ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ୍‌ରୁ ଟାଙ୍କି ଓହ୍ଲାଇବା ସମୟରେ ଗ୍ୟାସ ଲିକ୍ ହୋଇଥଲା । ନିକଟରେ ଏକ ଚୁଲିରେ ନିଆଁ ଜଳୁଥିଲା। ଗ୍ୟାସ୍ ଲିକ୍‌ ହେବା ପରେ ନିଆଁ ସଂସ୍ପର୍ଶରେ ଆସି ଯାଇଥିଲା ଓ ଟାଙ୍କିରେ ନିଆଁ ଲାଗି ଯାଇଥିଲା। ଉକ୍ତ ନିଆଁକୁ ଲିଭାଇବାକୁ ଯାଇ ୪ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ଶରୀରର ପ୍ରାୟ ୩୦% ପୋଡ଼ିଯାଇଛି। ଆହତମାନଙ୍କୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ