Masthead

ଦିଲ୍ଲୀରେ ଅଗ୍ନିକାଣ୍ଡ: ପରିବାରର ୪ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ଅଗ୍ନିକାଣ୍ଡ। ଘର ଭିତରେ ଜଳିଗଲେ ପରିବାରର ୪ସଦସ୍ୟ। ଏକ ତିନି ମହଲା କୋଠାରେ ନିଆଁ ଲାଗି ଯିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ୪ଜଣଙ୍କ ମୃତଦେହକୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ସୂଚନା ଅନୁସାରେ ଦିଲ୍ଲୀର ପୁରୁଣା ସୀମାପୁରୀ ଅଞ୍ଚଳରେ ଆଜି ଭୋରରେ ଘଟିଛି ଏହି ଅଭାବନୀୟ ଘଟଣା।

ଭୋର ୪ଟାରେ ଅଗ୍ନିଶମ ବାହିନୀକୁ ପୁରୁଣା ସୀମାପୁରୀ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଥିବା ନେଇ ଖବର ମିଳିଥିଲା। ଏହା ପରେ ସେଠାକୁ ୪ଟି ଟିମ୍‌କୁ ପଠା ଯାଇଥିଲା। ସେମାନେ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସେତେବେଳକୁ ୪ ଜଣଙ୍କର ମୃତ୍ୟୁ ଘଟି ସାରିଥିଲା। କୋଠାର ତୃତୀୟ ମହଲାରେ ନିଆଁ ଲାଗିଥିଲା। ଉକ୍ତ ମହଲାର ଏକ କଠୋରୀରୁ ୪ ଜଣଙ୍କ ମୃତଦେହକୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଥିଲେ। ତେବେ ନିଆଁ କେମିତି ଲାଗିଲା, ତାହାର କାରଣ ଏବେବେି ଅସ୍ପଷ୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ