Masthead

ଜଳୁଛି ମାର୍କେଟ କମ୍ପ୍ଲେକ୍ସ

ରାଇରଙ୍ଗପୁର, (ବଡ଼ ଖବର ବ୍ୟୁରୋ): ରାଇରଙ୍ଗପୁର ସହରରେ ଭୟାବହ ଅଗ୍ନିକାଣ୍ଡ । ସହରର ମୁଖ୍ୟ ଗୋଲେଇ ଛକ ନିକଟ ଫ୍ରେଣ୍ଡସ କର୍ଣ୍ଣର ମାର୍କେଟ କମ୍ପ୍ଲେକ୍ସ ପୋଡିଯାଇଛି । ଜଳିଗଲା କୋଟିଏ ଟଙ୍କାର ସାମଗ୍ରୀ । ବୁଧବାର ରାତି ପ୍ରାୟ ସାଢ଼େ ୨ଟାରେ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ରାତି ପ୍ରାୟ ତିନିଟାରେ ପୋଡାଗନ୍ଧ ଆସିବାରୁ ସେମାନେ ନିଆଁ ଲାଗିଥିବା ଜାଣିବାକୁ ପାଇଥିଲେ । ସଙ୍ଗେ ସଙ୍ଗେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଁଞ୍ଚିବା ବେଳକୁ ସବୁ ଦୋକନରେ ନିଆଁ ଲାଗିଯାଇଥିଲା । ଅଗ୍ନିଶମ କର୍ମଚାରୀ ନିଆଁକୁ ନିୟନ୍ତ୍ରଣ ଲାଗି ଚେଷ୍ଠା ଜାରି ରଖିଛନ୍ତି । ମାର୍କେଟ କମ୍ପେ୍ଲକ୍ସ ପଛପଟେ ପେଟ୍ରୋଲ ପମ୍ପଥିବାରୁ ସମସ୍ତେ ଚିନ୍ତାରେ ରହିଛନ୍ତି । ଘଟଣାସ୍ଥଳରେ ଏସଡିପିଓ ଓ ତହସିଲଦାର ରହି ତଦାରଖ କରୁଛନ୍ତି । ସଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା