Masthead

ଜଳିଗଲା ୪ ମହଲା ଷ୍ଟେସନାରୀ ଦୋକାନ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ସିନେମା ଛକରେ ଥିବା କସମେଟିକ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ । ସର୍ଟସର୍କିଟରୁ ଭୟାଭୟ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ । ଦୋକାନରେ ପ୍ଳାଷ୍ଟିକ ସାମଗ୍ରୀ ଥିବାରୁ ଲିଭିନି ନିଆଁ । ନିଆଁ ଲିଭା କାର୍ୟ୍ୟରେ ଅଗ୍ନିଶମ ବାହିନୀ ନିୟୋଜିତ । ଏହି ଅଗ୍ନିକାଣ୍ଡରେ କୋଟି କୋଟି ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି । ଖବର ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ସିନେମା ଛକ ସ୍ଥିତ ବନଜା ବେଙ୍ଗଲ ଷ୍ଟୋର ସହରର ପୁରାତନ କସମେଟିକ ଷ୍ଟୋର ଭାବେ ବେଶ ଜଣାଶୁଣା । ବୁଧବାର ଏହି ଦୋକାନରେ ହଠାତ୍‌ ନିଆଁ ଲାଗି ଯାଇଥିଲା।

ଫଳରେ ୩ ମହଲା ବିଶିଷ୍ଟ ଏହି କସମେଟିକ ଷ୍ଟୋରରେ ସମସ୍ତ ସାମଗ୍ରୀ ନିଆଁରେ ପୋଡ଼ି ଯାଇଥିଲା । ଫଳରେ ଦୋକାନରେ ଥିବା କସମେଟିକ ସାମଗ୍ରୀ ସହିତ ଲକ୍ଷାଧିକ ଟଙ୍କାର ଦାମୀ ଡ୍ରେସ ମଧ୍ୟ ପୋଡ଼ି ପାଉଁଶ ହୋଇଯାଇଛି। ଏସମ୍ପର୍କରେ ଖବର ପାଇ ବାଲେଶ୍ୱର ଅଗ୍ନିଶମ ବାହିନୀର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଥିବା ବେଳେ ଏହି କାର୍ୟ୍ୟରେ ୨୫ରୁ ଅଧିକ କର୍ମଚାରୀ ନିୟୋଜିତ ହୋଇଥିଲେ । କେଉଁ କାରଣକୁ ନେଇ ନିଆଁ ଲାଗିଲା ତାହା ସ୍ପଷ୍ଟ ଭାବେ ଜଣାପଡିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ