Masthead

ପାଉଁଶ ହୋଇଗଲା ଲକ୍ଷାଧିକ ସମ୍ପତ୍ତି, ବସ୍ତାରେ ଅଗ୍ନିକାଣ୍ଡ

ବସ୍ତା (ବଡ଼ ଖବର ବ୍ୟୁରୋ): ନିଆଁ ଲାଗି ଜଳିଗଲା୨ ବଖରା । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ । ବସ୍ତା ବ୍ଲକ ବାଉଁଶବଣି ଗାଁରେ ଅଘଟଣ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ଅନ୍ତର୍ଗତ ବାଉଁଶବଣି ଗ୍ରାମରେ । ସୂଚନା ଅନୁଯାୟୀ ଗତକାଲି ଏହି ଗ୍ରାମର ତ୍ରିଲୋଚନ ଦାସଙ୍କ ପରିବାର ଲୋକେ ଘର ନ ଥିବାବେଳେ ହଠାତ ନିଆଁ ଲାଗିଯାଇଥିଲା ଫଳରେ ନିଆଁକୁ ଆୟତ୍ତ ନ କରି ବସ୍ତା ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା । ଘଟଣା ସ୍ଥଳରେ ବସ୍ତା ଅଗ୍ନିଶମ ବିଭାଗ ପହଂଚି ନିଆଁକୁ ଆୟତ୍ତ କରିଥିବା ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବା ଜଣାଯାଇଛି । ତେବେ ଗତକାଲି ଦୀପାବଳି ଥିବାରୁ ବାଣ ଲାଗି ନିଆଁ ଲାଗିଥିବା ଅନୁମାନ କରାଯାଉଛି ଏବଂ ପାଖାପାଖି ୫ ଲକ୍ଷର ସମ୍ପତି ପୋଡି ପାଉଁଶ ହୋଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ