Masthead

ଧାନଗଦାରେ ନିଆଁ

ବୈପାରିଗୁଡ଼ା (ବଡ଼ ଖବର ବ୍ୟୁରୋ): ବୈପାରିଗୁଡା ବ୍ଲକ ମାଝୀଗୁଡ଼ା ପଞ୍ଚାୟତ ମହୁଲପୁଟ ଗାଁରେ ଅଗ୍ନିକାଣ୍ଡ । ଖଳାରେ ଅମଳ ହୋଇ ରହିଥିବା ଧାନଗଦାରେ ନିଆଁ ଲାଗି ୧୦ଜଣ ଚାଷୀଙ୍କ ଧାନ ପୋଡି ପାଉଁଶ ହୋଇଯାଇଛି । ଛୋଟ ଛୁଆମାନେ ଖେଳୁଥିବା ବେଳେ ସେମାନେ ନିଆଁ ଲାଗାଇ ଦେଇଥିବା ଶୁଣିବାକୁ ମିଳୁଛି । ବୈପାରିଗୁଡ଼ା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡରେ ସାଧୁ ମାଳିଙ୍କର ଦୁଇ ଏକର, ବାସୁ ମାଳିଙ୍କର ଦୁଇ ଏକର, କେଶବ ମାଳିଙ୍କର ତିନି ଏକର, ମୋହନ ମାଳି ଏବଂ ମୁକୁନ୍ଦ ମାଳିଙ୍କର ତିନି ଏକର ଜମିର ଧାନ ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ ଅଧିକାରୀ ସୁଶାନ୍ତ କୁମାର ମହାନ୍ତିଙ୍କ ନେତୃତ୍ବରେ ବିଭାଗୀୟ କର୍ମଚାରୀମାନେ ନିଆଁ ଲିଭାଇବାରେ ସହଯୋଗ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ