Masthead

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଘର ବାହାରେ ଫୁଟିଲା ଗୁଳି

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଘର ଆଗରେ ଗୁଳିମାଡ଼ । ସଲମାନଙ୍କ ମୁମ୍ବାଇ ସ୍ଥିତ ଘର ବାହାରେ ଗୁଳି ମାଡ଼ର ଶବ୍ଦ ଶୁଣିବାକୁ ମିଳିଛି । ବାଇକରେ ଆସି ଗୁଳିମାଡ କଲେ ଦୁଇ ଦୁର୍ବୃତ୍ତ । ଭୋର ସମୟରେ ସଲମାନଙ୍କ ଘର ବାହାରେ ଗୁଳିମାଡ ହୋଇଥିଲା ମୁମ୍ବାଇ ପୋଲିସ ସୂଚନା ଦେଇଛି । ଗୁଳିମାଡ କରିଥିବା ଦୁଇ ଦୁର୍ବୃତ୍ତଙ୍କୁ ଧରିବାକୁ ତଦନ୍ତ ଆରମ୍ଭ କରିଛି ମୁମ୍ବାଇ ପୋଲିସ । ସଲମାନ ଖାନଙ୍କ ବାନ୍ଦ୍ରା ଘର ବାହାରେ ୪ ରାଉଣ୍ଡ ଗୁଳି କରି ଫେରାର ହୋଇଯାଇଥିଲେ ଦୁର୍ବୃତ୍ତ । ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ଭୋର ସମୟରେ ଦୁଇ ଜଣ ବ୍ୟକ୍ତି ଦ୍ରୁତ ଗତିରେ ବାଇକରେ ଆସି ଗାଲାକ୍ସି ଆପାର୍ଟମେଣ୍ଟ ସାମ୍ନାରେ ଅତିକମରେ ଚାରି ରାଉଣ୍ଡ ଗୁଳି ଚଳାଇଥିଲେ ।

ତେବେ କିଏ ଓ କାହିଁକି ସଲମାନଙ୍କ ଘର ଆଗରେ ଗୁଳିମାଡ କଲା ତାର କାରଣ ଅସ୍ପଷ୍ଟ ରହିଛି । ପୂର୍ବରୁ ଅନେକ ଥର ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଷ୍ଣୋଇ ସଲମାନ ଖାନଙ୍କୁ ଧମକ ଦେଇଛି । ବିଗତ କିଛି ବର୍ଷ ମଧ୍ୟରେ ସେ ଏବଂ ତାଙ୍କ ପିତା ସଲିମ ଖାନଙ୍କୁ ହତ୍ୟା କରିବାକୁ ବିଭିନ୍ନ ଉପାୟରେ ଧମକ ଦିଆଯାଇଛି । ଗୁଳିକାଣ୍ଡ ସମୟରେ ସଲମାନ ଖାନ ଘରେ ଥିଲେ ନା ବାହାରେ ତାହା ଜଣାପଡିନାହିଁ । ବାନ୍ଦ୍ରା ପୋଲିସର ଏକ ଟିମ୍ ଖାନ ପରିବାରକୁ ଯାଇ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି ଏବଂ ଆଖପାଖରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ପୋଲିସ ଏହି ଅଞ୍ଚଳରେ ଥିବା ସିସିଟିଭି ଫୁଟେଜ ଯାଞ୍ଚ କରୁଛି, ଗୁଳି ଚଳାଇଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ ତଦନ୍ତ ଜାରି ରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା