Masthead

ବିଜେବି ଏମ୍ଏଜେଏମସିର ପ୍ରଥମ ଆଲୁମିନ୍ ମିଟ୍: ଏକାଠି ହେଲେ, ଖୁସି ବାଣ୍ଟିଲେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେବି ଏମ୍.ଏ.ଜେ.ଏମ୍.ସି ବିଭାଗର ପୁରାତନ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଗଠନ ହୋଇଥିବା ଆଲୁମିନା ଆସୋସିଏସନର ପ୍ରଥମ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅକ୍ଟୋବର ୨୦ ତାରିଖ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ଖଣ୍ଡଗିରି ନିକଟସ୍ଥ ଜୟଦେବ ବାଟିକାରେ ଆୟୋଜିତ ଏହି ମିଳନ ପର୍ବରେ ୨ ଶହରୁ ଉର୍ଦ୍ଧ୍ବ ପୁରାତନ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ଏହି ଅବସରରେ ସମସ୍ତେ ନିଜ ନିଜର ଅଭିଜ୍ଞତା ଆଦାନ ପ୍ରଦାନ କରିବା ସହ କଲେଜରେ ବିତିଥିବା ସ୍ମରଣୀୟ ମୁହୂର୍ତ୍ତକୁ ପୁନଃ ସ୍ମରଣ କରିଥିଲେ ଏବଂ ନାଚଗୀତ ଓ ଭୋଜିଭାତର ମଜା ନେଇଥିଲେ। ଏହି ଦିବସ ଆଲୁମିନାର ସମସ୍ତ ସଦସ୍ୟଙ୍କ ପାଇଁ ଏକ ସୁବର୍ଣ୍ଣ ଦିନ ଥିଲା । ଏହି ଅବସରରେ ସବୁଜ ପରିବେଶ ଲକ୍ଷ୍ୟରେ ‘ବୃକ୍ଷ ବନ୍ଧୁ’ କାର୍ଯ୍ୟକ୍ରମ ଜରିଆରେ ଆଲୁମିନାର ଶତାଧିକ ସଦସ୍ୟ ମାନଙ୍କୁ ଉପସ୍ଥିତ ଅତିଥିମାନେ ବୃକ୍ଷ ଚାରା ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ରୂପେ ଏକକ ବ୍ୟବହୃତ ପ୍ଲାଷ୍ଟିକ ବର୍ଜନ କରାଯାଇଥିଲା । ତେବେ ଆଗାମୀ ଦିନରେ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କୁ ସ୍ବେଚ୍ଛାକୃତ ଭାବେ ଦକ୍ଷ କରିବା ଦିଗରେ ଏହି ଅନୁଷ୍ଠାନ କାର୍ଯ୍ୟ କରିବ ବୋଲି ନିଷ୍ପତ୍ତି ନେଇଛି।

ଆୟୋଜିତ ଏହାର ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଜେବି କଲେଜର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗୀୟ ମୁଖ୍ୟ ପ୍ରଫେସର ନଳୀନ କୁମାର ପାତ୍ର ଯୋଗ ଦେଇଥିଲେ। ଉପଦେଷ୍ଟା ସ୍ବୟଂ ପ୍ରକାଶ ମହାପାତ୍ର, ସଭାପତି ଦିଲ୍ଲୀପ କୁମାର ରାଉତ, ସାଧାରଣ ସମ୍ପାଦକ ଲିପୁନ କୁମାର ପରିଡ଼ାଙ୍କ ସମେତ ଆଲୁମିନା ଆସୋସିଏସନ୍ ର ବରିଷ୍ଠ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ, ବୈଠକକୁ ଯୁଗ୍ମ ସମ୍ପାଦକ ବିବର୍ତ୍ତନ ପଣ୍ଡା ପରିଚାଳନା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍ 🔴 ସରଣ୍ଡା ଜଙ୍ଗଲରୁ ମିଳିଲା ଆଉ ୭୦୦ କେଜି ବିସ୍ଫୋରକ 🔴 ୧୮ ବର୍ଷ ଅପେକ୍ଷାର ଅନ୍ତ, ଆଇପିଏଲ ମୁକୁଟ ପିନ୍ଧିଲା ଆରସିବି 🔴 ଭୁଲ ଇଞ୍ଜେକସନ ନେଲା ୫ ଜୀବନ 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍ 🔴 ସରଣ୍ଡା ଜଙ୍ଗଲରୁ ମିଳିଲା ଆଉ ୭୦୦ କେଜି ବିସ୍ଫୋରକ 🔴 ୧୮ ବର୍ଷ ଅପେକ୍ଷାର ଅନ୍ତ, ଆଇପିଏଲ ମୁକୁଟ ପିନ୍ଧିଲା ଆରସିବି 🔴 ଭୁଲ ଇଞ୍ଜେକସନ ନେଲା ୫ ଜୀବନ