Masthead

ଆଜି ପ୍ରଥମ ରଥଯାତ୍ରା ସମନ୍ୱୟ ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ରଥଯାତ୍ରା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି । ଆଜି ବସୁଛି ପ୍ରଥମ ସମନ୍ୱୟ କମିଟି ବୈଠକ । ଦିନ ୧୧ଟାରେ ପୁରୀ ପୌରସଦନରେ ଏହି ବୈଠକ ଅନୁଷ୍ଠିତ ହେବ । ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏବର୍ଷ କିପରି ସୁରୁଖୁରୁରେ ଶାନ୍ତି ଶୃଙ୍ଖଳାର ସହ ଘୋଷଯାତ୍ରା କରାଯିବ, ତା ଉପରେ ବିଭିନ୍ନ ଉନ୍ନତୀକରଣ କାର୍ୟ୍ୟ ସମ୍ପର୍କରେ ଆଲୋଚନା କରାଯିବ । ବିଶେଷ କରି ରାସ୍ତାଘାଟ, ସ୍ୱାସ୍ଥ୍ୟ, ପରିମଳ, ବିଦ୍ୟୁତ୍ କରଣ, ଆଇନ ଶୃଙ୍ଖଳା ବ୍ୟବସ୍ଥା, ଯାତ୍ରୀ ପାର୍କିଂ ତା ସହ ମହାପ୍ରଭୁଙ୍କ ନୀତିକାନ୍ତି ଶୃଙ୍ଖଳିତ କରିବା ଉପରେ ଆଲୋଚନା କରାଯିବ ।

ଚଳିତବର୍ଷ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ତା ଉପରେ ମଧ୍ୟ ବୈଠକରେ ଆଲୋଚନା କରାଯିବ । କେନ୍ଦ୍ରାଞ୍ଚଳ ଆରଡିସି ଏହାର ଅଧ୍ୟକ୍ଷତା କରିବେ । ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ, ଜିଲ୍ଲା ପ୍ରଶାସନର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ବୈଠକରେ ଉପସ୍ଥିତ ରହିବେ । ରଥଯାତ୍ରା ପ୍ରସ୍ତୁତି ସହ ରଥ ନିର୍ମାଣ ପାଇଁ ଆବଶ୍ୟକ କାଠ, କପଡ଼ା ସହ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ ନେଇ ସମୀକ୍ଷା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ