Masthead

ଆଜି ପ୍ରଥମ ରଥଯାତ୍ରା ସମନ୍ୱୟ ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ରଥଯାତ୍ରା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି । ଆଜି ବସୁଛି ପ୍ରଥମ ସମନ୍ୱୟ କମିଟି ବୈଠକ । ଦିନ ୧୧ଟାରେ ପୁରୀ ପୌରସଦନରେ ଏହି ବୈଠକ ଅନୁଷ୍ଠିତ ହେବ । ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏବର୍ଷ କିପରି ସୁରୁଖୁରୁରେ ଶାନ୍ତି ଶୃଙ୍ଖଳାର ସହ ଘୋଷଯାତ୍ରା କରାଯିବ, ତା ଉପରେ ବିଭିନ୍ନ ଉନ୍ନତୀକରଣ କାର୍ୟ୍ୟ ସମ୍ପର୍କରେ ଆଲୋଚନା କରାଯିବ । ବିଶେଷ କରି ରାସ୍ତାଘାଟ, ସ୍ୱାସ୍ଥ୍ୟ, ପରିମଳ, ବିଦ୍ୟୁତ୍ କରଣ, ଆଇନ ଶୃଙ୍ଖଳା ବ୍ୟବସ୍ଥା, ଯାତ୍ରୀ ପାର୍କିଂ ତା ସହ ମହାପ୍ରଭୁଙ୍କ ନୀତିକାନ୍ତି ଶୃଙ୍ଖଳିତ କରିବା ଉପରେ ଆଲୋଚନା କରାଯିବ ।

ଚଳିତବର୍ଷ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ତା ଉପରେ ମଧ୍ୟ ବୈଠକରେ ଆଲୋଚନା କରାଯିବ । କେନ୍ଦ୍ରାଞ୍ଚଳ ଆରଡିସି ଏହାର ଅଧ୍ୟକ୍ଷତା କରିବେ । ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ, ଜିଲ୍ଲା ପ୍ରଶାସନର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ବୈଠକରେ ଉପସ୍ଥିତ ରହିବେ । ରଥଯାତ୍ରା ପ୍ରସ୍ତୁତି ସହ ରଥ ନିର୍ମାଣ ପାଇଁ ଆବଶ୍ୟକ କାଠ, କପଡ଼ା ସହ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ ନେଇ ସମୀକ୍ଷା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ