Masthead

ଖୋଲିଲା ହୀରାକୁଦ ଗେଟ୍

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦ ଗେଟ୍ । ଜଳଭଣ୍ଡାରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ। ପ୍ରଥମେ ୭ ନମ୍ବର ଗେଟ୍ ନେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଯାହାକୁ ଦୃଷ୍ଟିରେ ରଖି ତଳିଆ ଅଞ୍ଚଳକୁ ଖାଲି କରାଯାଇଛି । ମହାନଦୀର ତଳିଆ ଅଞ୍ଚଳରେ ଥିବା ୧୨ ଜିଲ୍ଲାପାଳଙ୍କ ସତର୍କ ରହିବାକୁ ସୂଚନା ଦିଆଯାଇଛି । ରବିବାର ସକାଳେ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ନଦୀବନ୍ଧର ବାମପାର୍ଶ୍ୱର ଅର୍ଥାତ୍ ହୀରାକୁଦ ପଟର ୭ ନମ୍ବର ସ୍ପିଲ୍‌ୱେକୁ ଖୋଲାଯାଇଛି । ପରବର୍ତ୍ତୀ ସମୟରେ ୧୨ଟି ଗେଟ୍ ଖୋଲାଯିବ।

ବାମ ପାର୍ଶ୍ୱରୁ ୮ଟି, ଡାହଣ ପାର୍ଶ୍ୱରୁ ୪ଟି ଗେଟ୍ ଖୋଲାଯିବ। ସକାଳ ୯ଟା ସୁଦ୍ଧା ଜଳଭଣ୍ଡାର ୬୦୮.୩୧ ଫୁଟ୍‌ ଛୁଇଁଥିବା ଜଣାପଡିଛି । ଉପରମୁଣ୍ଡରେ ଲଗାଣ ବର୍ଷା ହେତୁ ଜଳଭଣ୍ଡାରରେ ଦ୍ରୁତଗତିରେ ବନ୍ୟାଜଳ ଭର୍ତ୍ତି ହେଉଛି । ପ୍ରତି ସେକେଣ୍ଡରେ ୨ ଲକ୍ଷରୁ ଅଧିକ କ୍ୟୁସେକ୍‌ ଜଳ ପ୍ରବେଶ କରୁଛି । ପର୍ୟ୍ୟାୟକ୍ରମେ ୧୨ ଟି ଗେଟ୍ ଖୋଲାଯିବ । ସକାଳୁ ସାଇରନ ବଜାଇ ପ୍ରଥମେ ସତର୍କ କରାଯାଇଥିଲା ।

ଉପର ମୁଣ୍ଡରେ ବର୍ଷା ଦେଖି ଅଧିକ ଗେଟ୍‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ସକାଳୁ ସତର୍କ ସାଇରନ୍ ବାଜିବା ଆରମ୍ଭ ହୋଇଥିଲା । ହୀରାକୁଦ ଉପର ମୁଣ୍ଡରେ ସପ୍ତାହେ ହେଲା ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । ଜଳଭଣ୍ଡାରର ଜଳସ୍ତର ୬୦୯ ଦଶମିକ ୩୩ ଫୁଟ୍ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ ଲକ୍ଷ ୩୦ ହଜାର ୨୮ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୩୮ ହଜାର ୧୬୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି