Masthead

୧୬ ରୁ ମଇ ୧୫ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଚଳିତବର୍ଷ ଏପ୍ରିଲ ୧୬ ରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ସେନ୍ସସ୍ ପୋର୍ଟାଲରେ ଲଗ୍ ଇନ୍ କରି ନିଜର ସମସ୍ତ ତଥ୍ୟ ସହଜରେ ଅପଲୋଡ଼ କରିପାରିବେ । ରାଜ୍ୟ ଜନଗଣନା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଋଷିକୂଲ୍ୟା ସମ୍ମୀଳନୀ କକ୍ଷଠାରେ ଗତକାଲି ୨୦୨୭ ମସିହାରେ ହେବାକୁ ଥିବା ଜନଗଣନା ସମ୍ପର୍କିତ ପ୍ରଶିକ୍ଷଣ ଓ ପ୍ରାକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତବର୍ଷ ଏପ୍ରିଲ ୧୬ ରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଜନଗଣନାକୁ ସୂଚାରୁ ରୂପେ ସମ୍ପାଦନ କରିବା ପାଇଁ ଶ୍ରୀ କଲ୍ୟାଣ ସମସ୍ତ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଏଥିନିମନ୍ତେ ଅପ୍ରେଲ ମାସ ପ୍ରଥମ ଦୁଇ ସପ୍ତାହରେ ଘର ଗଣନା ଓ ଆତ୍ମଗଣନା କରାଯିବ । ଏହା ଶେଷ ହେବା ପରେ ଜନଗଣନା ପ୍ରକ୍ରିୟା ଆରମ୍ଭ ହେବ । ଜନଗଣନା କାର୍ଯ୍ୟକୁ ପ୍ରଥମ ଥର ପାଇଁ ଡିଜିଟାଲ ପ୍ରକ୍ରିୟାରେ କରାଯିବ । ଯେ କୌଣସି ବ୍ୟକ୍ତି ସେନ୍ସସ୍ ପୋର୍ଟାଲରେ ଲଗ୍ ଇନ୍ କରି ନିଜର ସମସ୍ତ ତଥ୍ୟ ସହଜରେ ଅପଲୋଡ଼ କରିପାରିବେ ବୋଲି ସେ ସୂଚନା ଦେଇଛନ୍ତି । ଯଦିଓ ଜନଗଣନା ଦେଶରେ ପ୍ରତି ୧୦ ବର୍ଷ ବ୍ୟବଧାନରେ ଅନୁଷ୍ଠିତ ହେବା କଥା, ମାତ୍ର ଏହା ୨୦୧୧ ମସିହା ପରେ ପ୍ରାୟ ୧୫ ବର୍ଷ ବ୍ୟବଧାନ ପରେ ଜନଗଣନା ହେଉଥିବାରୁ, ଦେଶର ଜଣେ ସଚେତନ ନାଗରିକ ହିସାବରେ ନିଜର ସମସ୍ତ ତଥ୍ୟ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ପ୍ରଦାନ କରିବାକୁ ଗଞ୍ଜାମ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ ଜିଲ୍ଲାବାସୀଙ୍କୁ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା