Masthead

ଆଜିିଠୁ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ, ଶପଥ ନେବେ ନବନିର୍ବାଚିତ ସାଂସଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜିଠୁ ସଂସଦର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ । ନବନିର୍ବାଚିତ ସାଂସଦଙ୍କୁ ଶପଥ ପାଠ କରାଇବେ କାମଚଳା ବାଚସ୍ପତି । ଆଜି ଓ କାଲି ୨ଦିନ ଧରି ଚାଲିବ ଶପଥ ପାଠ କାର୍ୟ୍ୟକ୍ରମ । ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ନେବେ। ପରେ କ୍ୟାବିନେଟ୍ ମନ୍ତ୍ରୀ ଏବଂ ଅନ୍ୟ ନିର୍ବାଚିତ ସାଂସଦ ମାନେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ଆଜି ସକାଳ ପ୍ରାୟ ସାଢେ ୯ଟାରେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବଙ୍କୁ ରାଷ୍ଟ୍ରପତି ଭବନରେ ଶପଥପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁନ୍ ୨୬ ତାରିଖରେ ନୂଆ ବାଚସ୍ପତି ନିର୍ବାଚିତ ହେବେ।

ଆସନ୍ତା ୨୭ ତାରିଖରେ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଚଳିତ ନିର୍ବାଚନ ପରେ ଏହା ସଂସଦର ପ୍ରଥମ ଅଧିବେଶନ। ଲୋକସଭାର ପ୍ରଥମ ଅଧିବେଶନର ପ୍ରଥମ ଦିନରେ ବିରୋଧୀ ଇଣ୍ଡିଆ ଆଲାଇନ୍ସର ଏମ୍‌ପିମାନେ ଆଜି ସକାଳେ ସଂସଦ କମ୍ପ୍ଲେକ୍ସରେ ଏକାଠି ହୋଇ ମାର୍ଚ୍ଚ କରିବେ। ଇଣ୍ଡି ମେଣ୍ଟର ନବ ନିର୍ବାଚିତ ସାଂସଦ ଶପଥପାଠ ଉତ୍ସବକୁ ବିରୋଧ କରୁଛନ୍ତି । ଗୃହରେ ପରମ୍ପରା ଭଙ୍ଗାଯାଇଥିବା ଅଭିଯୋଗ କରିଛି କଂଗ୍ରେସ। ୮ ଥରର ସାଂସଦ କଂଗ୍ରେସର କେ. ସୁରେଶଙ୍କ ବଦଳରେ ୭ଥର ସାଂସଦ ହୋଇଥିବା ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି କରାଯାଇଥବାରୁ ପ୍ରଶ୍ନ ଉଠାଇଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ଶରଧାବାଲିରେ ୩ ରଥ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ଶରଧାବାଲିରେ ୩ ରଥ