Masthead

ପହିଲାରୁ ମାଛମରା ବନ୍ଦ

(ବଡ଼ ଖବର ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଲିଭ ରିଡଲେ କଇଁଚ୍ଛଙ୍କ ସୁରକ୍ଷା, ପ୍ରଜନନ ଏବଂ ବଂଶବୃଦ୍ଧି ନିମନ୍ତେ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ସମ୍ବନିତ ମୋଡେଲ ସର୍ବଶ୍ରେଷ୍ଠ ପ୍ରମାଣିତ ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଷ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ଷମତା ସଂପନ୍ନ କମିଟି ବୈଠକରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ଏହା ପ୍ରକାଶ କରିଛନ୍ତି । ତେବେ ପ୍ରକୃତିର ଏହି ଅମୂଲ୍ୟ ସଂପତ୍ତିର ସଂରକ୍ଷଣ ନିମନ୍ତେ କ୍ଷେତ୍ରସ୍ତରରେ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟ ଶାସନ ସଚିବ ମହାପାତ୍ର କହିଛନ୍ତି ।

ଜଙ୍ଗଲ, ପରିବେଶ ବିଭାଗ, ମତ୍ସ୍ୟ ଓ ପଶୁସଂପଦ ବିଭାଗ, ପୋଲିସ, ସମୁଦ୍ର ତଟ ପୋଲିସ , ତଟ ସୁରକ୍ଷା ବାହିନୀ ଏବଂ ବନ୍ଦର କର୍ତ୍ତୁପକ୍ଷ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ରାଜ୍ୟ ଲୋକସଭା ଭବନରୁ ଡିଜିଟାଲ ମୋଡରେ ଅନୁଷ୍ଠିତ ଏହି ବୈଠକରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡଃ ମୋନା ଶର୍ମା କଇଁଚ୍ଛ ସଂରକ୍ଷଣ ସମ୍ବନ୍ଧିତ ପ୍ରଶାସନିକ ଓ ବୈଷୟିକ ବିଷୟ ଆଲୋଚନା ନମନ୍ତେ ଉପସ୍ଥାପନା କରିଥିଲେ । ଡଃ ଶର୍ମା କହିଥିଲେ ଯେ, ଚଳିତ ବର୍ଷ ସଂରକ୍ଷଣ କାର୍ଯ୍ୟ ନିମନ୍ତେ ଭଦ୍ରକ, ରାଜନଗର, ପୁରୀ ଏବଂ ବ୍ରହ୍ମପୁର ଆଦି ୪ଟି ବନ୍ୟଜନ୍ତୁ ବନ ଖଣ୍ଡମାନଙ୍କୁ ସମୁଦାୟ ୫ଟି ବୋଟ ସହ ୧୩ଟି ଟ୍ରଲର ଏବଂ ସହାୟକ ବୋଟ ଯୋଗାଇ ଦିଆଯାଇଛି ।

ମତ୍ସ୍ୟ ଓ ପଶୁ ସଂପଦ ବିଭାଗ ଶାସନ ସଚିବ ଶ୍ରୀ ଆର ରଘୁ ପ୍ରସାଦ କହିଛନ୍ତି ଯେ, ଇତି ମଧ୍ୟରେ ମତ୍ସ୍ୟଜିବୀ ଏବଂ କ୍ଷତ୍ରସ୍ତରୀୟ ଅଧିକାରୀମାନଙ୍କ ନିମନ୍ତେ ଏକ ମୋବାଇଲ ଆପ ପ୍ରସ୍ତୁତ କରାଯାଇଛି । ନିଷିଦ୍ଧ ଅଞ୍ଚଳକୁ ପଶିବା ସଂଗେ ସଂଗେ ସେମାନେ ଏକ ଗୋଟିଏ ଆଲର୍ଟ ମେସେଜ ପାଇବେ । ବୈଠକରେ ଚଳିତ ବର୍ଷ ଓଲିଭ ରିଡଲେ ପ୍ରଜନନ ଋତୁ ନିମନ୍ତେ ଓ ସୁରକ୍ଷା କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯାଇଥିଲା ।

ଏଥି ପାଇଁ ୨୦୨୧ ମସିହା ନଭେମ୍ବର ୧ ତାରିଖ ଠାରୁ ୨୦୨୨ ମେ ୩୧ ତାରିଖ ପର୍ଯ୍ୟନ୍ତ ଧାମରା, ଦେବୀ ଓ ଋଷିକୁଲ୍ୟା ନଦୀ ମୁହାଣ ନିକଟରେ ସମୁଦ୍ର ଉପକୂଳରୁ ୨୦ କିମି ପର୍ଯ୍ୟନ୍ତ ନିର୍ଦ୍ଧାରିତ ସମୟ ମଧ୍ୟରେ ମାଛମରା ନିଷେଧ ଜାରି ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଯନ୍ତ୍ର ଚାଳିତ ଡଙ୍ଗା, ଟ୍ରଲର ବା ଯାନ୍ତ୍ରିକ କୌଶଳରେ ମାଛମରା ନିଷେଧ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ