Masthead

ସମୁଦ୍ରରେ ମାଛ ଧରିବା ଉପରେ ଲାଗିଲା କଟକଣା

ପୁରୀ (ବଡ଼ ଖବର ବ୍ୟୁରୋ): ସମୁଦ୍ରରେ ମାଛ ଧରିବା ଉପରେ ଲାଗିଲା କଟକଣା । ଜାରି ହୋଇଥିବା ଏହି କଟକଣା ଆସନ୍ତା ମେ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ବିରଳ ଜାତିର ଅଲିଭ୍ ରିଡ଼ଲେ କଇଁଛଙ୍କ ସଙ୍ଗମ ଓ ଅଣ୍ତାଦାନ ଋତୁ ଆସିଥିବାରୁ ସେମାନଙ୍କୁ ସୁରକ୍ଷା ଯୋଗାଇବା ପାଇଁ ଏହି କଟକଣା ଲାଗୁ ହୋଇଛି। କଟକଣାକୁ ଉଲ୍ଲଂଘନ କଲେ ଡ଼ଙ୍ଗା ଓ ଟ୍ରଲର ଜବତ ସହ ଜୋରିମାନାର ବ୍ୟବସ୍ଥା କରାଯାଇଛି।

ପ୍ରତିବର୍ଷ ନଭେମ୍ୱରରୁ ମେ ମଧ୍ୟରେ ବିରଳ ପ୍ରଜାତିର ଅଲିଭ୍ ରିଡ଼ଲେ କଇଁଛଙ୍କ ସଙ୍ଗମ ଓ ଅଣ୍ତାଦାନ ପାଇଁ ରାଜ୍ୟର ଋଷିକୁଲ୍ୟା, ଦେବୀନଦୀ ମୁହାଣକୁ ଆସିଥାନ୍ତି। ତେବେ ସମୁଦ୍ର ମଧ୍ୟରେ ମୋଟର ଚାଳିତ ଡ଼ଙ୍ଗା, ବେଆଇନ୍ ଟ୍ରଲର ଚଳାଚଳ ଯୋଗୁଁ ସେମାନେ ବହୁ ସଂଖ୍ୟାରେ ମୃତ୍ୟୁବରଣ କରିଥାନ୍ତି। ଏହାସହ ଜୈବ ବିବିଧତା ମଧ୍ୟ ନଷ୍ଟ ହୋଇଥାଏ। ଏଣୁ ଏମାନଙ୍କୁ ସୁରକ୍ଷା ଯୋଗାଇବା ପାଇଁ ସାମୁଦ୍ରିକ ମତ୍ସ୍ୟ ବିଭାଗ ଓ ଜଙ୍ଗଲ ବିଭାଗ ପକ୍ଷରୁ ମାଛଧରା ଉପରେ କଟକଣା ଲଗାଯାଇଥାଏ।

ତେବେ ନଭେମ୍ୱର ୧ ରୁ ମେ ୩୧ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ଜିଲ୍ଲା ଅତିରିକ୍ତ ମତ୍ସ୍ୟ ଅଧିକାରୀ କହିଛନ୍ତି। ଦେବୀ ନଦୀ ମୁହାଣ ଠାରୁ ୨୦ କିମି ପରଧି ଏବଂ ଅନ୍ୟ ନଦୀ ମୁହାଣ ଓ ସମୁଦ୍ର ଠାରୁ ୫ କିମି ପରଧି ମଧ୍ୟରେ ମାଛ ଧରାକୁ ସମ୍ପୁର୍ଣ୍ଣ ବ୍ୟାନ୍ କରାଯାଇଛି। ତଟରକ୍ଷୀ ବାହିନୀ, ସାମୁଦ୍ରିକ ମତ୍ସ୍ୟ ବିଭାଗ ଏବଂ ଜଙ୍ଗଲ ବିଭାଗ ପକ୍ଷରୁ ମିଳିତ ପାଟ୍ରୋଲିଂ କରାଯିବ। ମାଛଧରା କଟକଣାକୁ ଉଲ୍ଲଘଂନ କଲେ ଜୋରିମନା, ଜେଲଦଣ୍ତ ସହ ଟ୍ରଲର ଓ ଡ଼ଙ୍ଗା ଜବତ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା