ସମୁଦ୍ରରେ ମାଛ ଧରିବା ଉପରେ ଲାଗିଲା କଟକଣା

ପୁରୀ (ବଡ଼ ଖବର ବ୍ୟୁରୋ): ସମୁଦ୍ରରେ ମାଛ ଧରିବା ଉପରେ ଲାଗିଲା କଟକଣା । ଜାରି ହୋଇଥିବା ଏହି କଟକଣା ଆସନ୍ତା ମେ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ବିରଳ ଜାତିର ଅଲିଭ୍ ରିଡ଼ଲେ କଇଁଛଙ୍କ ସଙ୍ଗମ ଓ ଅଣ୍ତାଦାନ ଋତୁ ଆସିଥିବାରୁ ସେମାନଙ୍କୁ ସୁରକ୍ଷା ଯୋଗାଇବା ପାଇଁ ଏହି କଟକଣା ଲାଗୁ ହୋଇଛି। କଟକଣାକୁ ଉଲ୍ଲଂଘନ କଲେ ଡ଼ଙ୍ଗା ଓ ଟ୍ରଲର ଜବତ ସହ ଜୋରିମାନାର ବ୍ୟବସ୍ଥା କରାଯାଇଛି।

ପ୍ରତିବର୍ଷ ନଭେମ୍ୱରରୁ ମେ ମଧ୍ୟରେ ବିରଳ ପ୍ରଜାତିର ଅଲିଭ୍ ରିଡ଼ଲେ କଇଁଛଙ୍କ ସଙ୍ଗମ ଓ ଅଣ୍ତାଦାନ ପାଇଁ ରାଜ୍ୟର ଋଷିକୁଲ୍ୟା, ଦେବୀନଦୀ ମୁହାଣକୁ ଆସିଥାନ୍ତି। ତେବେ ସମୁଦ୍ର ମଧ୍ୟରେ ମୋଟର ଚାଳିତ ଡ଼ଙ୍ଗା, ବେଆଇନ୍ ଟ୍ରଲର ଚଳାଚଳ ଯୋଗୁଁ ସେମାନେ ବହୁ ସଂଖ୍ୟାରେ ମୃତ୍ୟୁବରଣ କରିଥାନ୍ତି। ଏହାସହ ଜୈବ ବିବିଧତା ମଧ୍ୟ ନଷ୍ଟ ହୋଇଥାଏ। ଏଣୁ ଏମାନଙ୍କୁ ସୁରକ୍ଷା ଯୋଗାଇବା ପାଇଁ ସାମୁଦ୍ରିକ ମତ୍ସ୍ୟ ବିଭାଗ ଓ ଜଙ୍ଗଲ ବିଭାଗ ପକ୍ଷରୁ ମାଛଧରା ଉପରେ କଟକଣା ଲଗାଯାଇଥାଏ।

ତେବେ ନଭେମ୍ୱର ୧ ରୁ ମେ ୩୧ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ଜିଲ୍ଲା ଅତିରିକ୍ତ ମତ୍ସ୍ୟ ଅଧିକାରୀ କହିଛନ୍ତି। ଦେବୀ ନଦୀ ମୁହାଣ ଠାରୁ ୨୦ କିମି ପରଧି ଏବଂ ଅନ୍ୟ ନଦୀ ମୁହାଣ ଓ ସମୁଦ୍ର ଠାରୁ ୫ କିମି ପରଧି ମଧ୍ୟରେ ମାଛ ଧରାକୁ ସମ୍ପୁର୍ଣ୍ଣ ବ୍ୟାନ୍ କରାଯାଇଛି। ତଟରକ୍ଷୀ ବାହିନୀ, ସାମୁଦ୍ରିକ ମତ୍ସ୍ୟ ବିଭାଗ ଏବଂ ଜଙ୍ଗଲ ବିଭାଗ ପକ୍ଷରୁ ମିଳିତ ପାଟ୍ରୋଲିଂ କରାଯିବ। ମାଛଧରା କଟକଣାକୁ ଉଲ୍ଲଘଂନ କଲେ ଜୋରିମନା, ଜେଲଦଣ୍ତ ସହ ଟ୍ରଲର ଓ ଡ଼ଙ୍ଗା ଜବତ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’