Masthead

ଭୁଲ ଇଞ୍ଜେକସନ ନେଲା ୫ ଜୀବନ

କୋରାପୁଟ (ବଡ଼ ଖବର ବ୍ୟୁରୋ): ଭୁଲ ଇଞ୍ଜେକସନ ନେଲା ୫ ଜୀବନ । ଗୋଟିଏ ରାତିରେ ଏକାସାଙ୍ଗେ ଚାଲିଯାଇଛି ୫ ରୋଗୀଙ୍କ ଜୀବନ । କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଛି ଅଭବାନୀୟ ଘଟଣା । କୋରାପୁଟ ଜିଲ୍ଲା ହସ୍ପିଟାଲରେ ୫ ଜଣଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି । ଭୁଲ୍‌ ଇଞ୍ଜେକସନରୁ ଏକାସଙ୍ଗେ ୫ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ । ଆଇସିୟୁରେ ୩ ଓ ୱାର୍ଡରେ ୨ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଅପରେସନ ପରେ ଭଲ ଥିଲେ, ରାତିରେ ୨ଥର ଇଞ୍ଜକେସନ ଦେଇଥିଲେ ନର୍ସ । ଇଞ୍ଜେକସନ୍‌ ଦେବାର ୧୫ ମିନଟରେ ୫ ଜଣଙ୍କ ହଠାତ୍‌ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।

ଏହି ଘଟଣାକୁ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ । ଖବର ଅନୁଯାୟୀ, କୋରାପୁଟ, ବୋରିଗୁମ୍ମା, କଳାହାଣ୍ଡି, ସେମିଳିଗୁଡା, ମାଛରା ଭଳି ବିଭିନ୍ନ ଅଞ୍ଚଳରୁ ଅନେକ ଗୁରୁତର ରୋଗୀ ହସ୍ପିଟାଲର ଆଇସିୟୁ ଏବଂ ସର୍ଜରୀ ବେଡ଼ରେ ଚିକିତ୍ସିତ ହେଉଥିଲେ। ହଠାତ୍ ରାତି ୧୧ ପରେ ଆଇସିୟୁର ଗୁରୁତର ଚିକିତ୍ସିତ ରୋଗୀଙ୍କ ଭିତରୁ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବେଡରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ତୁରନ୍ତ ରୋଗୀ ସମ୍ପର୍କୀୟଙ୍କ ଉତ୍ତେଜନା ଦେଖି ଟାଉନ୍ ଥାନା ପୋଲିସ ପକ୍ଷରୁ ପୋଲିସ ମୁତୟନ କରାଯାଇଥିଲା। ଏତେ ବଡ଼ ଘଟଣା ଘଟିଥିଲେ ମଧ୍ୟ ହସ୍ପିଟାଲ କର୍ତ୍ତୃପକ୍ଷ କୈାଣସି ସ୍ପଷ୍ଟିକରଣ ଦେଇନାହାନ୍ତି। ବିଗତ ଦିନରେ କର୍ତ୍ତୃପକ୍ଷଙ୍କ ଏପରି ଅବହେଳାକୁ ନେଇ ଅନେକ ପ୍ରଶ୍ନ ଉଠିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା