Masthead

ବଜ୍ରାଘାତରେ ୫ ଗୁରୁତର

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ଦର୍ଶନ ସାରି ଫେରୁଥିବା ବେଳେ ବଜ୍ରାଘାତ, ୫ ଗୁରୁତର । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ମହୁଲପାଳ ଗାଁ ପାଖ କପାଖୁଣ୍ଟି ପାହାଡ଼ରୁ ଠାକୁର ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବଜ୍ରାଘାତ ଘଟି ୫ ଜଣ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ମାନେ ତୁମୁସିଙ୍ଗା ଥାନା ବାରୁଆଁ ଗାଁ ଶବର ସାହିର ବିକାଶ ପଧାନ, କ୍ରିଷ୍ଣା ଦେହୁରୀ, ଆଦିତ୍ୟ ନାହାକ, ଜିତେନ୍ଦ୍ର ଦେହୁରୀ ଓ ବିଶ୍ୱଜିତ ଭୂତିଆ।

ଗୁରୁତରଙ୍କୁ ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର ହୋଇ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି। କପାଖୁଣ୍ଟି ପାହାଡ଼ ଉପରେ ଥିବା ମନ୍ଦିରକୁ ବାରୁଆଁ ଗାଁର ୬ ଜଣ ବ୍ୟକ୍ତି ଦର୍ଶନ କରିବାକୁ ଯାଇଥିଲେ। ସେମାନଙ୍କ ମଧ୍ୟରେ ଆକାଶ ପ୍ରଧାନ ଦର୍ଶନ ସାରି ଘରକୁ ଫେରି ଆସିଥିଲେ। ଅନ୍ୟ ୫ ଜଣ ବର୍ଷା ହେବା କାରଣରୁ ପଥର ଖୋଲ ଭିତରେ ରହି ଯାଇଥିଲେ। ତେବେ ସେଠାରେ ବଜ୍ରାଘାତ ହେବାରୁ ସମସ୍ତେ ଗୁରୁତର ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା