Masthead

ସିକିମରେ ବାଦଲ ଫଟା ବର୍ଷା, ବନ୍ୟା ପାଣିରେ ଭାସିଗଲେ ଯବାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସିକିମରେ ବାଦଲ ଫଟା ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଛି। ଗତକାଲି ରାତିରେ ତୀସ୍ତା ନଦୀରେ ଅଚାନକ ବନ୍ୟା ପାଣି ମାଡ଼ି ଆସିବାରୁ ପ୍ରାୟ ୨୩ ଜଣ ଯବାନ ଭାସିଯାଇ ନିଖୋଜ ହୋଇ ଯାଇଛନ୍ତି। ନିଖୋଜ ଯବାନଙ୍କୁ ଖୋଜିବାପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି । ଉଦ୍ଧାର କାର୍ଯ୍ୟରେ ସାମିଲ ହେବାପାଇଁ ଆଖପାଖ ରାଜ୍ୟରୁ ସେନା ଯବାନ ସିକିମରେ ପହଞ୍ଚିଛନ୍ତି । ଉତ୍ତର ସିକିମର ଲାଚେନ ହ୍ରଦ ଉପରେ ଅଚାନକ ବାଦଲ ଫଟା ବର୍ଷା ହେବାରୁ ତୀସ୍ତା ନଦୀର ଜଳସ୍ତର ବୃଦ୍ଧି ପାଇଥିଲା। ଫଳରେ ଗତକାଲି ରାତିରେ ବନ୍ୟା ହେବାରୁ ସେନାର ୨୩ ଯବାନ ନିଖୋଜ ହୋଇ ଯାଇଛନ୍ତି। ବନ୍ୟା ଯୋଗୁଁ ବହୁ ସେନା କ୍ୟାମ୍ପ ଭୁଶୁଡ଼ି ଯାଇଥିବା ବେଳେ ଯାନବାହନ ଭାସି ଯାଇଛି। ଚୁଗଥାଙ୍ଗ ଡ୍ୟାମରୁ ପାଣି ଛଡ଼ାଯିବାରୁ ତଳ ଅଞ୍ଚଳରେ ୧୫ରୁ ୨୦ ଫୁଟ ଉଚ୍ଚ ଜଳସ୍ତର ବୃଦ୍ଧି ପାଇଥିଲା। ଫଳରେ ସିଙ୍ଗତମ ନିକଟରେ ଛିଡ଼ା ହୋଇଥିବା ଯାନବାହନ ଭାସିଯାଇଛି। ଏହି ବନ୍ୟା ଯୋଗୁ ୨୩ ଯବାନଙ୍କ ସମେତ ଆହୁରି ବହୁ ସାଧାରଣ ଲୋକ ମଧ୍ୟ ଭାସି ଯାଇଛନ୍ତି । ନଦୀର ସ୍ରୋତ ପ୍ରଖର ଥିବାରୁ ଏପରି ସମୟରେ ଉଦ୍ଧାର କାର୍ୟ୍ୟକୁ ତ୍ୱରାନ୍ୱିତ କରିବା ସେନା ପାଇଁ ଏକ ପ୍ରକାର ଚ୍ୟାଲେଞ୍ଜ । ତୀସ୍ତା ନଦୀରେ ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ ହାଇ ଆଲର୍ଟ ଜାରି କରାଯାଇଛି। ନଦୀକୂଳରେ ବସବାସ କରୁଥିବା ଅଞ୍ଚଳବାସୀଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି