କୋଲକାତାରେ କାଳବୈଶାଖୀ, ଭୁବନେଶ୍ୱରରେ ଓହ୍ଲାଇଲା ୮ ବିମାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋଲକାତାରେ କାଳ ବୈଶାଖୀ, ଭୁବନେଶ୍ବରରେ ଓହ୍ଲାଇଲା ବିମାନ । ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଅବତରଣ କଲା କୋଲକାତା ଯାଉଥିବା ୮ ବିମାନ। ୮ ବିମାନ ମଧ୍ୟରୁ ୬ଟି ବିମାନ କୋଲକାତା ଫେରିଛି । ଆଉ ୨ ବିମାନ ଭୁବନେଶ୍ବର ବିମାନ ବନ୍ଦରରେ ଏବେ ବି ରହିଛି । ସୂଚନା ଦେଲେ ଭୁବନେଶ୍ବର ବିମାନ ବନ୍ଦର କର୍ତ୍ତୃପକ୍ଷ । ଗତକାଲି କୋଲକାତାରେ କାଳ ବୈଶାଖୀ ହୋଇଥିଲା। ବର୍ଷା ସହ ଜୋରରେ ପବନ ହୋଇଥିଲା। ଏଥିପାଇଁ କୋଲକାତା ଯାଉଥିବା ୮ ବିମାନ ଭୁବନେଶ୍ୱରରେ ଗତକାଲି ବିଳମ୍ବିତ ରାତିରେ ଅବତରଣ କରିଥିଲା। ପରେ ୬ଟି ବିମାନ କୋଲାକତା ଯାଇଥିଲା। ଅନ୍ୟ ୨ଟି ବିମାନ କୋଲକାତା ଯାଇପାରିନଥିଲା। ଗତକାଲିରାତିଠୁ ଯାତ୍ରୀମାନେ ବିମାନବନ୍ଦରରେ ପଡ଼ିରହିଛନ୍ତି। ଫଳରେ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ଭୁବନେଶ୍ୱର ବିମାନ ବନ୍ଦର କର୍ତ୍ତୃପକ୍ଷ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’