Masthead

କୋଲକାତାରେ କାଳବୈଶାଖୀ, ଭୁବନେଶ୍ୱରରେ ଓହ୍ଲାଇଲା ୮ ବିମାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋଲକାତାରେ କାଳ ବୈଶାଖୀ, ଭୁବନେଶ୍ବରରେ ଓହ୍ଲାଇଲା ବିମାନ । ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଅବତରଣ କଲା କୋଲକାତା ଯାଉଥିବା ୮ ବିମାନ। ୮ ବିମାନ ମଧ୍ୟରୁ ୬ଟି ବିମାନ କୋଲକାତା ଫେରିଛି । ଆଉ ୨ ବିମାନ ଭୁବନେଶ୍ବର ବିମାନ ବନ୍ଦରରେ ଏବେ ବି ରହିଛି । ସୂଚନା ଦେଲେ ଭୁବନେଶ୍ବର ବିମାନ ବନ୍ଦର କର୍ତ୍ତୃପକ୍ଷ । ଗତକାଲି କୋଲକାତାରେ କାଳ ବୈଶାଖୀ ହୋଇଥିଲା। ବର୍ଷା ସହ ଜୋରରେ ପବନ ହୋଇଥିଲା। ଏଥିପାଇଁ କୋଲକାତା ଯାଉଥିବା ୮ ବିମାନ ଭୁବନେଶ୍ୱରରେ ଗତକାଲି ବିଳମ୍ବିତ ରାତିରେ ଅବତରଣ କରିଥିଲା। ପରେ ୬ଟି ବିମାନ କୋଲାକତା ଯାଇଥିଲା। ଅନ୍ୟ ୨ଟି ବିମାନ କୋଲକାତା ଯାଇପାରିନଥିଲା। ଗତକାଲିରାତିଠୁ ଯାତ୍ରୀମାନେ ବିମାନବନ୍ଦରରେ ପଡ଼ିରହିଛନ୍ତି। ଫଳରେ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ଭୁବନେଶ୍ୱର ବିମାନ ବନ୍ଦର କର୍ତ୍ତୃପକ୍ଷ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ