Masthead

ନଭେମ୍ବର ୩୦ ଯାଏ ବିଦେଶକୁ ବିମାନ ସେବା ବନ୍ଦ

(ବଡ଼ ଖବର ବ୍ୟୁରୋ):  ମହାମାରୀ କରୋନା ପାଇଁ ପୁଣିଥରେ ବନ୍ଦ ହେଲା ବିମାନ ସେବା । ନଭେମ୍ବର ୩୦ ଯାଏଁ ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ସେବା ଉପରେ ରୋକ ଲଗାଇଛି ଡିଜିଏସ । ଗତକାଲି କେନ୍ଦ୍ର ସରକାର କରୋନା ମହାମାରୀକୁ ଦୃଷ୍ଟିରେ ରଖି ନଭେମ୍ବର ୩୦ ଯାଏଁ କଟକଣାକୁ ବୃଦ୍ଧି କରିଥିଲେ । ଆଉ ଆଜି ଏହାକୁ ପାଳନ କରି ଡିଜିଏସ ବିମାନ ଉଡାଣ ଉପରେ କଟକଣାକୁ ବଢାଇଛି ।

ତେବେ ଆଜି ଡିଜିଏସ ଗୋଟିଏ ପ୍ରେସ ବିଜ୍ଞପ୍ତିରେ କହିଛି, ଆସନ୍ତା ନଭେମ୍ବର ୩୦ ତାରିଖ ରାତି ୧୧.୫୯ ଯାଏ ଭାରତରୁ ଓ ଭାରତକୁ ବ୍ୟବସାୟିକ ବିମାନ ଚଳାଚଳ ବନ୍ଦ ରହିବ । ସେହିଭଳି ଯାତ୍ରୀବାହୀ ବିମାନ ଚଳାଚଳ ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଅନ୍ତର୍ଜାତୀୟ କାରଗୋ ଅପରେସନକୁ ଏଥିରୁ ବାଦ ଦିଆଯାଇଛି । ତେବେ ପୂର୍ବରୁ ଭାରତରୁ ଓ ଭାରତକୁ ସମସ୍ତ ପ୍ରକାରର ଜରୁରୀ ବିମାନ ଚଳାଚଳ ଜାରି ରହିବ ବୋଲି ଡିଜିଏସ କହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ