Masthead

ମହାନଦୀରେ ଭାସିଯିବା ଘଟଣା, ମିଳିନି ନିଖୋଜ ନାବାଳିକାର ପତ୍ତା

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ମହାନଦୀରେ ଅଭାବନୀୟ ଘଟଣା । ଦଳେଇପଡ଼ା ଘାଟରେ ଗାଧୋଉଥିବା ବେଳେ ଭାସିଯାଇଥିଲେ ବାପା, ପୁଅ ଓ ଝିଅ । ସେମାନଙ୍କ ମଧ୍ୟରୁ ଜଣଙ୍କୁ ଚେତାଶୂନ୍ୟ ଅବସ୍ଥାରେ  ଉଦ୍ଧାର କରାଯାଇଥିଲା । ଅନ୍ୟ ଦୁଇଜଣ ନିଖୋଜଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲା ।

କିନ୍ତୁ ଏବେ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର ବାପା-ପୁଅଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର । ସେପଟେ ଏଯାଏ ମିଳିପାରି ନାହିଁ ଝିଅର ପତ୍ତା । ବହୁ ଖୋଜାଖୋଜି ପରେ ମଧ୍ୟ ଝିଅର ସନ୍ଧାନ ମିଳିପାରି ନଥିଲା । ରାତି ହେବା ସହିତ ମହାନଦୀର ପ୍ରଖର ସ୍ରୋତ ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା । ସେପଟେ ବିଳମ୍ବିତ ରାତିରେ ସର୍ଚ୍ଚ ଅପରେସନ୍ ବନ୍ଦ କରିଥିଲେ ଉଦ୍ଧାରକାରୀ ଦଳ । ଆଜି ସକାଳୁ ପୁଣି ଆରମ୍ଭ ହୋଇଛି ସର୍ଚ୍ଚ ଅପରେସନ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼