Masthead

ଫୁଲିଲା ଗଙ୍ଗା, ଯମୁନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଫୁଲିଲା ଗଙ୍ଗା ଓ ଯମୁନା ନଦୀ । ବିପଦ ସଙ୍କେତ ପାଖାପାଖି ଏହି ଦୁଇ ନଦୀର ଜଳସ୍ତର । ଜଳସ୍ତର ବଢୁଥିବାରୁ ଉତ୍ତରପ୍ରଦେଶର ବିଭିନ୍ନ ଜିଲ୍ଲାରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ରାଜ୍ୟ ସରକାର ସତର୍କ ରହିବା ଲାଗି ଲୋକଙ୍କୁ ପରାମର୍ଶ ଦେଇଛନ୍ତି । ରାଜସ୍ଥାନର ଧୱାଲପୁର ବ୍ୟାରେଜରୁ ପ୍ରତି ସେକେଣ୍ଡରେ ୧୮ଲକ୍ଷ କ୍ୟୁସେକ୍ ପାଣି ଛଡାଯିବାରୁ ଗଙ୍ଗା ଓ ଯମୁନା ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।

ଫଳରେ ଏହି ଦୁଇ ନଦୀର ବିପଦ ସଙ୍କେତ ୧୮୪.୭୩ ମିଟର ନିକଟରେ ବନ୍ୟାଜଳ ପ୍ରବାହିତ ହେଉଛି । ଫୁଲପୁର, ହାଣ୍ଡିଆ, ବାରା ପ୍ରଭୃତି ଜିଲ୍ଲାରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଥିବାରୁ କଂଟ୍ରୋଲ ରୁମ୍ ଖୋଲାଯାଇଛି । ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ୯୮ ଅସ୍ଥାୟୀ ପୋଲିସ ପୋଷ୍ଟ ଓ ୧୧୦ ଆଶ୍ରୟସ୍ଥଳ ପ୍ରତିଷ୍ଠା କରିଛନ୍ତି । ଏଥିରେ ଡାକ୍ତର, ପ୍ରାଣୀ ଚିକିତ୍ସକ, ପାରା ମେଡିକାଲ ଷ୍ଟାଫଙ୍କୁ ମୁତୟନ କରାଯାଇଛି । ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ପାଇଁ ୧ହଜାର ଘରୋଇ ଡଙ୍ଗା ପ୍ରସ୍ତୁତ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ