Masthead

ଫୁଲୁଛି ମହାନଦୀ, ତଳିଆ ଅଞ୍ଚଳକୁ ଭୟ

କଟକ(ବଡ଼ ଖବର ବ୍ୟୁରୋ): ଫୁଲିବାରେ ଲାଗିଛି ମହାନଦୀ। ଗତ ରାତିରୁ ବନ୍ୟାଜଳ କଟକ ମୁଣ୍ଡୁଳି ଦେଇ ପ୍ରବାହିତ ହେଉଛି । ତେଣୁ ମହାନଦୀ ଓ ଏହାର ଶାଖା ନଦୀ ଯାଇଥିବା ୪ଟି ଜିଲ୍ଲା କଟକ, ପୁରୀ, କେନ୍ଦ୍ରାପଡା ଓ ଜଗତସିଂହପୁରର ତଳିଆ ଅଂଚଳରେ ପାଣି ପଶିବା ଆଶଙ୍କା ରହିଛି । ଏହାର ମୁକାବିଲା ପାଇଁ ପ୍ରଶାସନ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି । ବନ୍ୟା ଆଶଙ୍କା ଥିବା ଅଂଚଳରେ ଓଡ୍ରାଫ, ଅଗ୍ନିଶମ ବାହିନୀ ନିୟୋଜିତ ହୋଇଛନ୍ତି ।

ସରକାରଙ୍କ ପକ୍ଷରୁ ବାରମ୍ବାର କୁହାଯାଉଛି ମହାନଦୀରେ ବଡ ବନ୍ୟା ହେବାର ସମ୍ଭାବନା ନାହିଁ । ତେବେ ତଳିଆ ଅଂଚଳରେ ଥିବା କେନ୍ଦ୍ରାପଡାର ମହାକାଳପଡା, ଗରଦପୁର, ଡେରାବିଶ୍, ମାର୍ଶାଘାଇ ଓ କେନ୍ଦ୍ରାପଡା ବ୍ଲକର ତଳିଆ ଅଂଚଳ ପ୍ରଭାବିତ ହେବାର ଆଶଙ୍କା ରହିଛି । କଟକର ଆଠଗଡ, ବାଙ୍କି, ସାଲେପୁର, କିଶନଗର ଓ ନିଆଳି ବ୍ଲକର ବିଭିନ୍ନ ତଳିଆ ଅଂଚଳକୁ ବନ୍ୟା ପାଣି ପଶିଯିବା ଭୟ ରହିଛି । ଜଗତସିଂହପୁରର ରଘୁନାଥପୁର, ତିର୍ତୋଲ, ଧୋୟା ଅଂଚଳକୁ ଭୟ ରହିଛି । ସେହିପରି ପୁରୀ ଜିଲ୍ଲାର କଣାସ, ସତ୍ୟବାଦୀ, କାକଟପୁର, ନିମାପଡ଼ା ଓ ପିପିଲି ବ୍ଲକର ତଳିଆ ଅଂଚଳରେ ପାଣି ପଶିବାର ଆଶଙ୍କା ସୃଷ୍ଟି ହୋଇଛି ।

ସେପଟେ ଛତିଶଗଡରେ ବର୍ଷା କମିବା ଯୋଗୁଁ କଲମା ବ୍ୟାରେଜରୁ ମହାନଦୀକୁ ଜଳ ନିଷ୍କାସନ ପରିମାଣ କମି ଯାଇଛି । ଫଳରେ ହୀରାକୁଦ ଜଳଭଣ୍ଡାରକୁ ଉପର ମୁଣ୍ଡରୁ କମ୍ ପାଣି ଆସୁଛି । ହୀରାକୁଦର ଅଧିକ ଗେଟ୍ ଖୋଲିବା ସମ୍ଭାବନା ନାହିଁ । ତେଣୁ ମହାନଦୀରେ ଏହି ନିମ୍ନ ମଧ୍ୟମ ଧରଣର ବନ୍ୟା ବିଶେଷ କ୍ଷୟକ୍ଷତି କରିବ ନାହିଁ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା