Masthead

ତେଲେଙ୍ଗାନାରେ ବର୍ଷା ବିତ୍ପାତ, ମୃତ୍ୟୁସଂଖ୍ୟା ୨୩କୁ ବୃଦ୍ଧି

ତେଲେଙ୍ଗାନା(ବଡ଼ ଖବର ବ୍ୟୁରୋ): ତେଲେଙ୍ଗାନାରେ ବର୍ଷା ବିତ୍ପାତ, ମୃତ୍ୟୁସଂଖ୍ୟା ୨୩କୁ ବୃଦ୍ଧି । ପ୍ରବଳ ବର୍ଷା ଯୋଗୁଁ ତେଲେଙ୍ଗାନାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଜୁଲାଇ ୨୨ ତାରିଖରୁ ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ଉପୁଜିଛି। ବନ୍ୟା ଜଳରେ ଭାସିଯାଇ ମୁଲୁଗୁ ଜିଲ୍ଲାରେ ୮ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୨ ଜଣ ନିଖୋଜ ଅଛନ୍ତି। ତଳିଆ ଅଞ୍ଚଳ ଜଳମଗ୍ନ ହୋଇ ଲକ୍ଷାଧିକ ଲୋକ ପ୍ରଭାବିତ ହୋଇଛନ୍ତି। ୧୦ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି। ବର୍ଷା ପାଇଁ ରାଜ୍ୟରେ ସମସ୍ତ ସ୍କୁଲ, କଲେଜ ବନ୍ଦ କରିବାପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ।

ଆଜି ବର୍ଷା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ମୁଲୁଗୁ ଜିଲ୍ଲାରେ ସର୍ବାଧିକ ୬୪୯.୮ ମିମି ବର୍ଷା ରେକର୍ଡ କରାଯାଇଛି । ୨୦୦୪ ପରଠାରୁ ସର୍ବାଧିକ ବର୍ଷା ହୋଇଥିବା ସୂଚନା । ରାଜ୍ୟର ବିଭିନ୍ନ ସ୍ଥାନରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲି ଯାଇଥିବାରୁ ଉଦ୍ଧାର କାର୍ଯ୍ୟରେ ବାୟୁସେନା ଓ ଏନଡିଆରଏଫ ଟିମ ନିୟୋଜିତକରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି