ତେଲେଙ୍ଗାନାରେ ବର୍ଷା ବିତ୍ପାତ, ମୃତ୍ୟୁସଂଖ୍ୟା ୨୩କୁ ବୃଦ୍ଧି

ତେଲେଙ୍ଗାନା(ବଡ଼ ଖବର ବ୍ୟୁରୋ): ତେଲେଙ୍ଗାନାରେ ବର୍ଷା ବିତ୍ପାତ, ମୃତ୍ୟୁସଂଖ୍ୟା ୨୩କୁ ବୃଦ୍ଧି । ପ୍ରବଳ ବର୍ଷା ଯୋଗୁଁ ତେଲେଙ୍ଗାନାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଜୁଲାଇ ୨୨ ତାରିଖରୁ ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ଉପୁଜିଛି। ବନ୍ୟା ଜଳରେ ଭାସିଯାଇ ମୁଲୁଗୁ ଜିଲ୍ଲାରେ ୮ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୨ ଜଣ ନିଖୋଜ ଅଛନ୍ତି। ତଳିଆ ଅଞ୍ଚଳ ଜଳମଗ୍ନ ହୋଇ ଲକ୍ଷାଧିକ ଲୋକ ପ୍ରଭାବିତ ହୋଇଛନ୍ତି। ୧୦ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି। ବର୍ଷା ପାଇଁ ରାଜ୍ୟରେ ସମସ୍ତ ସ୍କୁଲ, କଲେଜ ବନ୍ଦ କରିବାପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ।

ଆଜି ବର୍ଷା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ମୁଲୁଗୁ ଜିଲ୍ଲାରେ ସର୍ବାଧିକ ୬୪୯.୮ ମିମି ବର୍ଷା ରେକର୍ଡ କରାଯାଇଛି । ୨୦୦୪ ପରଠାରୁ ସର୍ବାଧିକ ବର୍ଷା ହୋଇଥିବା ସୂଚନା । ରାଜ୍ୟର ବିଭିନ୍ନ ସ୍ଥାନରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲି ଯାଇଥିବାରୁ ଉଦ୍ଧାର କାର୍ଯ୍ୟରେ ବାୟୁସେନା ଓ ଏନଡିଆରଏଫ ଟିମ ନିୟୋଜିତକରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’