Masthead

ଏଫଏମ ଛାତ୍ରୀ ଆତ୍ମାହୁତି ଘଟଣା, ଜ୍ୟୋତିପ୍ରକାଶ ବିଶ୍ୱାଳ ଗିରଫ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଏଫଏମ ଛାତ୍ରୀ ଆତ୍ମାହୁତି ଘଟଣା ।  ୨ ଛାତ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ।  ଶୁଭ୍ରସମ୍ବିତ ନାୟକ ଓ ଜ୍ୟୋତିପ୍ରକାଶ ବିଶ୍ୱାଳ ଗିରଫ ।  ଛାତ୍ରୀଙ୍କୁ ଆତ୍ମାହୁତି ଉଦ୍ୟମରେ କରିଥିଲେ ସହଯୋଗ ।  ଗିରଫ ପରେ କୋର୍ଟ ଚାଲାଣ କଲା କ୍ରାଇମବ୍ରାଞ୍ଚ ।  ଛାତ୍ରୀଙ୍କ ଆତ୍ମାହୁତିର ୨୩ ଦିନ ପରେ କାର୍ଯ୍ୟାନୁଷ୍ଠାନ।  ଗିରଫଙ୍କ ମଧ୍ୟରେ ଜଣେ ଛାତ୍ର ଓ ଜଣେ ଅଣଛାତ୍ର ରହିଛନ୍ତି। ସେମାନେ ହେଲେ ଛାତ୍ରୀଙ୍କୁ ଉଦ୍ଧାର କରିଥିବା ଜ୍ୟୋତି ପ୍ରକାଶ ବିଶ୍ବାଳ ଓ ଶୁଭ୍ର ସମ୍ବିତ ନାୟକ।

ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇ ୧୫ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ହତ୍ୟା ଷଡ଼ଯନ୍ତ୍ର ଅଭିଯୋଗରେ ଗତକାଲି ବିଳମ୍ବିତ ରାତିରେ କ୍ରାଇମବ୍ରାଞ୍ଚ ଗିରଫ କରି ଉଭୟଙ୍କୁ କୋର୍ଟଚାଲାଣ କରିଛି। ଏହି ଘଟଣାରେ ମୋଟ ଗିରଫଦାରୀ ସଂଖ୍ୟା ୪ରେ ପହଞ୍ଚିଛି। ଜ୍ୟୋତି ପ୍ରକାଶ ଛାତ୍ରୀଙ୍କୁ ଉଦ୍ଧାର କରିବାକୁ ଯାଇ ନିଜେ ଆହତ ହୋଇଥିଲେ। ନିକଟରେ ଏସସିବିରୁ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ। କ୍ରାଇମବ୍ରାଞ୍ଚ ମାମଲାର ତଦନ୍ତ କରି ଦୁଇ ଛାତ୍ରଙ୍କ ବିରୋଧରେ ପ୍ରମାଣ ପାଇଥିବା କୁହାଯାଉଛି।

ଗତକାଲି ରାତି ପ୍ରାୟ ସାଢେ ୧୧ଟାରେ ଗିରଫ ପରେ ଉଭୟଙ୍କୁ ଏସଡିଜେଏମ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ହେବା ପରେ ୧୫ ଦିନ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ପୂର୍ବରୁ ମାମଲାରେ କଲେଜର ବିଏଡ ମୁଖ୍ୟ ସମୀର ସାହୁ, କଲେଜ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଗିରଫ ହୋଇଥିଲେ। ଗତମାସ ୧୨ ତାରିଖରେ କଲେଜ ପରିସରରେ ଛାତ୍ରୀ ଜଣକ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ।  ତାଙ୍କୁ ଜ୍ୟୋତି ପ୍ରକାଶ ବିଶ୍ୱାଳ ଉଦ୍ଧାର କରିଥିଲେ। ଜ୍ୟୋତି ମଧ୍ୟ ନିଆଁରେ କିଛି ପୋଡ଼ି ଯାଇ ଚିକିତ୍ସିତ ହେଉଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି