Masthead

ଆସନ୍ତା ଦୁଇ ଦିନ ରାଜ୍ୟରେ ଘନ କୁହୁଡ଼ି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗତ ୨୧ ତାରିଖରୁ ରାଜଧାନୀ ସମେତ ଉପକୂଳ ଓଡ଼ିଶା ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘନ କୁହୁଡ଼ି ଦେଖା ଦେଉଛି । ଓଡ଼ିଶା ଉପକୂଳ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ବଳୟର ଉପସ୍ଥିତି ଯୋଗୁ କୁହୁଡ଼ି ହେଉଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି । ସୋମବାର ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ସବୁଠୁ ଅଧିକ ଥିଲା । ଏଠାରେ ୩୬.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିଲା । ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୩୦ ଡିଗ୍ରୀ ଉପରେ ରହିଥିଲା ।

ଭୁବନେଶ୍ୱରରେ ୩୨.୪ ଡିଗ୍ରୀ ଥିଲା । ରବିବାର ଫୁଲବାଣୀରେ ରାତି ତାପମାତ୍ରା ୧୫ ଡିଗ୍ରୀ ଥିଲା । କଟକରେ ୨୦.୨, ଭୁବନେଶ୍ୱରରେ ୨୧.୨ ଡିଗ୍ରୀ ଥିଲା । ତେବେ ଆସନ୍ତା ଦୁଇ ଦିନ ରାଜ୍ୟରେ ଘନ କୁହୁଡ଼ି ଦୃଶ୍ୟମାନ ହେବ । ମଙ୍ଗଳବାର ଓ ବୁଧବାର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘନ କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୫ ଦିନ ଯାଏ ଦିନ ଓ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ମଙ୍ଗଳବାର ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା ଓ ଗଞ୍ଜାମରେ ଘନ କୁହୁଡ଼ି ଦୃଶ୍ୟମାନ ହେବ । ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼ ଓ ଗଜପତିରେ ଘନ କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର