Masthead

ଆସନ୍ତା ଦୁଇ ଦିନ ରାଜ୍ୟରେ ଘନ କୁହୁଡ଼ି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗତ ୨୧ ତାରିଖରୁ ରାଜଧାନୀ ସମେତ ଉପକୂଳ ଓଡ଼ିଶା ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘନ କୁହୁଡ଼ି ଦେଖା ଦେଉଛି । ଓଡ଼ିଶା ଉପକୂଳ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ବଳୟର ଉପସ୍ଥିତି ଯୋଗୁ କୁହୁଡ଼ି ହେଉଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି । ସୋମବାର ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ସବୁଠୁ ଅଧିକ ଥିଲା । ଏଠାରେ ୩୬.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିଲା । ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୩୦ ଡିଗ୍ରୀ ଉପରେ ରହିଥିଲା ।

ଭୁବନେଶ୍ୱରରେ ୩୨.୪ ଡିଗ୍ରୀ ଥିଲା । ରବିବାର ଫୁଲବାଣୀରେ ରାତି ତାପମାତ୍ରା ୧୫ ଡିଗ୍ରୀ ଥିଲା । କଟକରେ ୨୦.୨, ଭୁବନେଶ୍ୱରରେ ୨୧.୨ ଡିଗ୍ରୀ ଥିଲା । ତେବେ ଆସନ୍ତା ଦୁଇ ଦିନ ରାଜ୍ୟରେ ଘନ କୁହୁଡ଼ି ଦୃଶ୍ୟମାନ ହେବ । ମଙ୍ଗଳବାର ଓ ବୁଧବାର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘନ କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୫ ଦିନ ଯାଏ ଦିନ ଓ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ମଙ୍ଗଳବାର ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା ଓ ଗଞ୍ଜାମରେ ଘନ କୁହୁଡ଼ି ଦୃଶ୍ୟମାନ ହେବ । ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼ ଓ ଗଜପତିରେ ଘନ କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା