Masthead

ଫୁଟବଲ ମ୍ୟାଚ ପାଇଁ ଭୁଲିଗଲେ ସାମାଜିକ ଦୂରତା

କଙ୍କଡାହାଡ଼, (ବଡ଼ ଖବର ବ୍ୟୁରୋ): ମାନିଲେନି କରୋନା କଟକଣା । କରୋନା କଟକଣାକୁ ଫୁ କରି ଆୟୋଜିତ ହୋଇଛି ଫୁଟବଲ ମ୍ୟାଚ୍ । କରୋନା ପାଇଁ ସବୁଆଡ଼େ ବିଭିନ୍ନ କାର୍ଯ୍ୟକ୍ରମ ବନ୍ଦ ଥିବା ବେଳେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଳା କଙ୍କଡାହାଡ଼ ବ୍ଲକ କରଗୋଳା ଗ୍ରାମ ପଞ୍ଚାୟତରେ । ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏଭଳି ଏକ ଘଡିସନ୍ଧି ମୁହୁର୍ତ୍ତରେ କରୋନା କଟକଣାକୁ ଫୁ କରି ବୁଢା ମହାପାଟ ଫୁଟବଲ କ୍ଲବ ଆନୁକୁଲ୍ୟରେ ଆଯୋଜିତ ହୋଇଥିଲା ଫୁଟବଲ ମ୍ୟାଚ ।

ମ୍ୟାଚ ଦେଖିବା ପାଇଁ ଶହ ଶହ ଲୋକ ରୁଣ୍ଡ ହୋଇଥିବା ସମୟରେ ସେମାନଙ୍କ ମଧ୍ୟରେ ନା ଥିଲା ସାମାଜିକ ଦୂରତା ନା ଥିଲା ମୁହଁରେ ମାସ୍କ । ଏହି ଫୁଟବଲ ମ୍ୟାଚରେ ଅନେକ ରାଜନେତା ମଧ୍ୟ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା । ଦିନକୁ ଦିନ କରୋନା ସଂକ୍ରମଣ ବ୍ୟାପୁଥିବାରୁ ପ୍ରଶାସନ ଏହାର ମୁକାବିଲା ପାଇଁ ଅନେକ ପଦକ୍ଷେପମାନ ଗ୍ରହଣ କରୁଛି । ତେବେ ଏପରି ପରିସ୍ଥିତିରେ ସ୍ଥାନୀୟ ପ୍ରଶାସନ ଏହି ଫୁଟବଲ ମ୍ୟାଚ୍ ପାଇଁ ଅନୁମତି ଦେଲା ତାହାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ