Masthead

୧୧ ଦିନରେ କୋଟିଏ ଟପିଛି ଟିକାକରଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣ କମୁନଥିବା ବେଳେ ଟିକାକରଣରେ ରେକର୍ଡ ସୃଷ୍ଟି କରିଛି ଭାରତ । ତେବେ କରୋନା ସହ ଲଢିବା ପାଇଁ ଟିକାକୁ ଅସ୍ତ୍ର ଭାବେ ବ୍ୟବହାର କରାଯାଉଛି । ବିଶ୍ୱରେ ଦୁଇଟି ନୂଆ ପ୍ରଜାତିର କରୋନା ଭୁତାଣୁ ଚିହ୍ନଟ ହୋଇଥିବା ବେଳେ ସଂକ୍ରମଣ ବଢିବା ସମ୍ଭାବନା ରହିଛି । ଏହା ମଧ୍ୟରେ ଟିକାକୁ ନେଇ ଆସିଛି ଖୁସି ଖବର ୧୧ ଦିନରେ ତୃତୀୟ ଥର ପାଇଁ ଟିକା କୋଟିଏ ଟପିଛି ।

ସୋମବାର ଦେଶରେ ୧ କୋଟି ୫ଲକ୍ଷରୁ ଅଧିକ ଡୋଜ ଟିକାକରଣ କରାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ସେପ୍ଟେମ୍ବର ମାସରେ ଦ୍ରୁତ ଟିକାକରଣ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶରେ ଚାଲିଥିବା ବିଶ୍ୱର ସବୁଠୁ ବଡ଼ ଟିକାକରଣ କାର୍ଯ୍ୟକ୍ରମ କୋଟିଏ ଟପିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଦେଶରେ ଗତକାଲି ସୁଦ୍ଧା ୬୯ କୋଟି ୬୮ ଲକ୍ଷ ଡୋଜ ଟିକାକରଣ ହୋଇଛି ।

ଏପର୍ଯ୍ୟନ୍ତ ୫୩ କୋଟି ୨୯ ଲକ୍ଷ ୨୭ ହଜାର ୨୦୧ ଜଣ ପ୍ରଥମ ଡୋଜ ଟିକା ନେଇଛନ୍ତି । କରୋନା ଟିକାର ଦୁଇଟି ଡୋଜ ନେଇସାରିଥିବା ଲୋକଙ୍କୁ ସଂଖ୍ୟା ହେଉଛି, ୧୬ କୋଟି ୩୯ ଲକ୍ଷ ୬୯ ହଜାର ୧୨୭ ଜଣ । ସେହିପରି ୧୮ରୁ ୪୪ ବର୍ଷ ବୟସ୍କ ବ୍ୟକ୍ତି କରୋନା ଟିକାର ପ୍ରଥମ ଡୋଜ ନେଇଛନ୍ତି ୨୭ କୋଟି ୬୪ ଲକ୍ଷ ୧୦ ହଜାର ୬୯୪ ଏବଂ ଦୁଇଟି ଡୋଜ ନେଇଥିବା ୧୮ରୁ ୪୪ ବର୍ଷ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ହେଉଛି ୩ କୋଟି ୫୭ ଲକ୍ଷ ୭୬ ହଜାର ୭୨୬ । ଦେଶରେ ବର୍ତମାନ ସୁଦ୍ଧା ଦୈନିକ ହଜାର ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ