Before Header

ରାଶିଫଳ

0 50

ମେଷ – କର୍ମଭାବସ୍ଥ ଶନି ହେତୁ ଆପଣ କର୍ମକ୍ଷେତ୍ରରେ ଦୃଢ ପଦକ୍ଷେପ ନେଇ କାମ ହାସଲ କରିପାରିବେ । ଲୋକମାନଙ୍କ ଆଗରେ ମୁଣ୍ଡ ନୁଆଁଇ ନ ପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୁଖୀ ହେବେ ।

ବୃଷ – ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ । ସାମାଜିକ ସ୍ତରରେ ଲୋକାଭିମୁଖୀ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

 

ମିଥୁନ – କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ଅନୁରୋଧକ୍ରମେ ସ୍ଥଗିତ କାମକୁ ସମ୍ପନ କରିବେ । ଅସୁବିଧାରେ ପଡି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାର ନାଁ ଧରିବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ – ଆଜି ବନ୍ଧୁଙ୍କ କଥା ଓ କାର୍ଯ୍ୟକୁ ସମ୍ମତି ପ୍ରଦାନ ପରିପ୍ରେକ୍ଷୀରେ କାର୍ଯ୍ୟହାସଲ କରିବାରେ ସମର୍ଥ ହେବେ । ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

 

ସିଂହ – ବିଭିନ୍ନ ଯୋଜନା ସମ୍ପର୍କୀୟ ଆଲୋଚନା, ଜମିଜମା କାରବାର ଏବଂ ଗାଡି ମୋଟର ମରାମତି ପ୍ରଭୃତି ସକାଶେ ବ୍ୟସ୍ତତା ବଢିଯିବ । ଶୁଭ ଅଙ୍କ ନୀଳ । ଶୁଭ ଅଙ୍କ ୬ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

କନ୍ୟା – ଆଜି ଆନୁଷ୍ଠାନିକ କାମ , ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇ ଖୁସୀ ହେବେ । ବହୁତ ଦିନରୁ ରହି ଆସିଥିବା ସମସୟା ସମାଧାନ ହୋଇଯିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଧାର୍ମିକ ହେବେ ।

 

ତୁଳା – ଯେ କୌଣସି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ବିଛା – ବହୁତ ଦିନର ଆଶା ପୁରଣ ହେବା କାରଣରୁ ମନ ଉତ୍ଫୁଲ୍ଲିତ ରହିବ । ଅନ୍ୟମାନଙ୍କର ଉଦେ୍ଦଶ୍ୟକୁ ବୁଝି ନ ପାରି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

 

ଧନୁ – ପରିବାର ମଧ୍ୟରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ଦେଖା ଦେଇପାରେ । ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଠିକ୍ ସମୟରେ ଯାଇ ପାରିବେ ନାହିଁ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମକର – ଆଜିର ପ୍ରତୁ୍ୟଷ ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି । ଧନିଷ୍ଠା ନକ୍ଷତ୍ର ଜାତବ୍ୟକ୍ତିମାନଙ୍କର ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

 

କୁମ୍ଭ – ନିକଟ ସମ୍ପର୍କୀୟମାନଙ୍କ ସାହାର୍ଯ୍ୟ ଲାଭ କରି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ ଯୁବ୍ଧ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ – କର୍ମକ୍ଷେତ୍ରରେ ସହ-ଯୋଗ ଭିତିରେ କାମ କଲେ ଉପକାର ପାଇବେ । ସନେ୍ଦହ ଓ ଭୁଲ୍ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହେବାର ଆଶଙ୍କାକୁ ଏଡାଇ ହେବନି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

 

Leave A Reply

Your email address will not be published.