Masthead

ଭାରତ ଆସୁଛନ୍ତି ୟୁକ୍ରେନ ବୈଦେଶିକ ମନ୍ତ୍ରୀ ଏମିନି ଡିଜାପୋର୍ଭା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଆଜିଠୁ ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ୟୁକ୍ରେନର ଅତିରିକ୍ତ ବୈଦେଶିକ ମନ୍ତ୍ରୀ ଏମିନି ଡିଜାପୋର୍ଭା । ଋଷ ଓ ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରଠାରୁ ୟୁକ୍ରେନର ମନ୍ତ୍ରୀ ପ୍ରଥମ ଥର ପାଇଁ ଭାରତ ଆସୁଛନ୍ତି । ଏମିନି ଏହି ଗସ୍ତ ସମୟରେ ଭାରତର ବୈଦେଶିକ ମନ୍ତ୍ରାଳୟ ସହ ବ୍ୟାପକ ଆଲୋଚନା କରିବେ ବୋଲି ସ୍ପଷ୍ଟ ହୋଇଛି ।

ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୟୁକ୍ରେନ୍ ଯିବା ପାଇଁ ନିମନ୍ତ୍ରଣ କରିବେ ବୋଲି ଜଣାପଡ଼ିଛି । ଭାରତ ଓ ୟୁକ୍ରେନ ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କ ଓ ବିଶ୍ବ ସମସ୍ୟା ନେଇ ଆଲୋଚନା ହେବ । ଋଷର ଆକ୍ରମଣ ଯୋଗୁଁ ୟୁକ୍ରେନର ହୋଇଥିବା କ୍ଷତି ସମ୍ପର୍କରେ ସବିଶେଷ ତଥ୍ୟ ଦେବେ ଏମିନି । ଗତବର୍ଷ ଭାରତ ସରକାର ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ