Masthead

ଚାରି କଳରାପତିଆ ବାଘ ଚମଡ଼ା ସହ ତିନି ଅଭିଯୁକ୍ତଙ୍କୁ ଗିରଫ କଲା ବନବିଭାଗ

ବାରିପଦା (ବଡ଼ ଖବର ବ୍ୟୁରୋ): ବାରିପଦା ବନଖଣ୍ଡ ଅଧିକାରୀ ଓ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ଉପନିର୍ଦ୍ଦେଶକଙ୍କ ଚଢ଼ାଉରେ ୪ଟି କଲରାପତରିଆ ବାଘ ଛାଲ ଜବତ କରାଯାଇଛି। ଏଥି ସହିତ ଘଟଣାରେ  ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ତାଙ୍କ ନିକଟରୁ ତିନି ଗୋଟି ମୋବାଇଲ ଫୋନ ଜବତ ହୋଇଛି।

ବାରିପଦା ବନଖଣ୍ଡ ଅଧିକାରୀ ସନ୍ତୋଷ କୁମାର ଯୋଶୀଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, କଲରାପତରିଆ ବାଘଛାଲ ସମ୍ପର୍କରେ ସୂଚନା ପାଇ ସେ ଓ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଉପନିର୍ଦ୍ଦେଶକ ସମ୍ରାଟ ଗୌଡ ମିଳିତ ଭାବେ ଚଢ଼ାଉର ରୂପରେଖ ସ୍ଥିର କରିଥିଲେ। ଉଭୟଙ୍କ ଅଧିନରେ ଥିବା ଅଧିକାରୀ ଓ କର୍ମଚାରୀ ସମେତ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉତ୍ତର ଓ ରାଇରଙ୍ଗପୁର ବନଖଣ୍ଡ ଅଧିକାରୀ ଏବଂ କର୍ମଚାରୀଙ୍କୁ ନେଇ ଏକ ଟିମ ଶିମିଳିପାଳ ଖୁଣ୍ଟା ଥାନା ଅନ୍ତର୍ଗତ ବହଲଦା ଗ୍ରାମରେ ଚଢ଼ାଉ କରି  ସଫଳତା ପାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ