Masthead

ପୁରୁଣା ଇଟାରେ ଚାଲିଛି ବନବିଭାଗ କ୍ୱାର୍ଟର୍ସ ନିର୍ମାଣ

କୁଜଙ୍ଗ, (ବଡ଼ ଖବର ବ୍ୟୁରୋ): କଥାରେ ଅଛି ସରକାର କା ମାଲ ଦରିଆ ମେଁ ଡାଲ୍ ନୀତିରେ ବନବିଭାଗ କ୍ୱାର୍ଟର୍ସ ନିର୍ମାଣରେ ବହୁ ଦିନର ପୁରୁଣା ଇଟା ବ୍ୟବହାର କରୁଥିବା ଦେଖିବାକୁ ମିଳିଛି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ କୁଜଙ୍ଗ ନିକଟ ପାତ୍ର ଛକଠାରେ। ଜଙ୍ଗଲ ବିଭାଗ ପକ୍ଷରୁ ବିଭାଗୀୟ କର୍ମଚାରୀଙ୍କ ଗୃହ ନିର୍ମାଣ ହେଉଥିବା ବେଳେ ଦୀର୍ଘଦିନ ହେଲା ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଥିବା ଇଟା ଏଥିରେ ବ୍ୟବହାର କରାଯାଉଛି। ଏପରି କାମ ଦେଖି ସ୍ଥାନୀୟ ଲୋକେ ପ୍ରତିବାଦ କରିଥିଲେ। ତେବେ ଆବଶ୍ୟକ ଅର୍ଥ ବରାଦ କରାଯାଇ ନ ଥିବାରୁ ପୁରୁଣା ଇଟାରେ କାମ କରାଯାଉଥିବା ସ୍ଥାନୀୟ ରେଞ୍ଜର ମାନସ କୁମାର ଦାସ ସଫେଇ ଦେଇଥିଲେ।

ତେବେ ବହୁ ଦିନ ଧରି କୁଜଙ୍ଗଠାରେ ବନ ବିଭାଗ କ୍ୱାର୍ଟର୍ସ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଥିଲା। ସେଠାରେ ଗୃହ ନିର୍ମାଣ ପାଇଁ ବିଭାଗ ପକ୍ଷରୁ ୮ଲକ୍ଷ ୧୯ ହଜାର ଟଙ୍କା ବ୍ୟୟ ବରାଦ କରାଯାଇଥିବା ବେଳେ ପୁରୁଣା ଇଟାରେ ନିମ୍ନମାନର କାର୍ଯ୍ୟ ହେଉଥିବା ଅଭିଯୋଗ ହୋଇଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ବିହିତ ପଦକ୍ଷେପ ଗ୍ରହଣ କଲେ ହୁଏତ ଠିକ ଭାବେ ଗୃହ ନିର୍ମାଣ ହୋଇପାରିବ ବୋଲି ଆଶା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ