Masthead

ନିଆଁ ଆଁରେ ଲସ୍ ଆଞ୍ଜେଲସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୋଡ଼ ବଦଳାଇଲା କାର୍ଲିଫଣ୍ଣିଆ ଜଙ୍ଗଲ ନିଆଁ । ଜନବସତି ପ୍ରତି ବଢ଼ିଲା ବିପଦ । ବେକାବୁ ହୋଇ ଜଙ୍ଗଲ ନିଆଁ ମାଡ଼ି ଚାଲିଛି । ଲସ୍ ଆଞ୍ଜେଲସ ସହରର ଉତ୍ତରରେ ଥିବା ୨୫ ମାଇଲ୍ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟି ୧୨ ହଜାରରୁ ଅଧିକ ଘର ଓ କୋଠା ପୋଡ଼ି ଛାରଖାନ ହୋଇସାରିଲାଣି । ୪୦ହଜାର କୋଟି ଏକର ଜମିରୁ ୨୯ହଜାର ଏକରକୁ ନିଆଁ ଗ୍ରାସ କରି ସାରିଛି । ଭୟଙ୍କର ନିଆଁରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି ।

ଏମିତିକି ୧ ଲକ୍ଷରୁ ଅଧିକ ଲୋକ ଘର ଛାଡ଼ିଲେଣି। ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଅନେକ ଅଗ୍ନିଶମ ବାହିନୀ ଟିମ୍ ନିୟୋଜିତ ଅଛନ୍ତି। ଏହା ସତ୍ତ୍ୱେ ନିଆଁକୁ ନିୟନ୍ତ୍ରଣ କରାଯାଇ ପାରିନି। ନିଆଁ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଅଗ୍ନିକାଣ୍ଡରେ ୧୦ ହଜାର କୋଠା ପୋଡ଼ି ପାଉଁଶ ହୋଇଯାଇଛି ଏବଂ ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡିବାକୁ ବାଧ୍ୟ ହୋଇଛନ୍ତି। ଆଜି ମଧ୍ୟ ନିଆଁର ତାଣ୍ଡବ ଜାରି ରହିଛି। ପ୍ରବଳ ପବନ ଯୋଗୁଁ ନିଆଁର ପ୍ରକୋବ ବୃଦ୍ଧି ପାଉଛି ଏବଂ ଲୋକଙ୍କୁ ସ୍ଥାନାନ୍ତର କରିବାରେ ଅସୁବିଧା ହେଉଛି। ଅନ୍ୟପକ୍ଷରେ, ଆମେରିକାର ପାଣିପାଗ ବିଭାଗ ଶୁକ୍ରବାର ପର୍ୟ୍ୟନ୍ତ ସତର୍କତା ଜାରି କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ